ଭୁବନେଶ୍ୱର,୨୩/୧୧ : ସୋମବାର ବସିବ ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାର। ନଭେମ୍ବର ୨୪ରେମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ୟୁନିଟ୍-୨ ଅଶୋକ ନଗର ଭୁବନେଶ୍ବର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ପୂର୍ବାହ୍ନ ୧୧ ଘଟିକାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଚାଲିଛି। ସର୍ବାଧିକ ଏକ ହଜାର ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଲୋକମାନେ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।