ମେଷ: ଦ୍ୱାଦଶଚନ୍ଦ୍ର ଓ ଘାତଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ। ନିଜର ଲୋକ ମାନେ ଶତ୍ରୁତା ଆଚରଣ କରିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଅଶ୍ୱିନୀମେଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଲାଲ୍, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ: ସକାଳ ୭ଟା ୪୮ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ରଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ । ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୦୨, ଆରାଧନା : ମା’ ମଙ୍ଗଳା ।
ମିଥୁନ: ଘାତବାର ଓ ଦଶମ, ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ ଆୟର ମାର୍ଗ ଖୋଲିବ । ନୂତନ ବିଦ୍ୟାରମ୍ଭ, ଗୃହାରମ୍ଭ, ବ୍ୟବସାୟାରମ୍ଭ, କର୍ମାରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଧନ, ଆୟ ଅଧିକ କରିବା ପାଇଁ ନୂତନ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ।
ଶୁଭରଙ୍ଗ :କଫି, ସଂଖ୍ୟା : ୪, ଆରାଧନା: ମା’ ଛିନ୍ନମସ୍ତା ।
କର୍କଟ: ନବମ ଓ ଦଶମଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ସୋମବାର ଯୋଗୁ ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଢ଼ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ କରିବେ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ଭଗବାନ ଶିବ ।
ସିଂହ: ସକାଳ ୭ଟା ୪୧ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ ଓ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ।ଏହାପରେ ନବମ ଚନ୍ଦ୍ରଯୋଗୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଓ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ଧନ, ସମ୍ପଦ ବୃଦ୍ଧିପାଇବ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା: ସକାଳ ୭ଟା ୪୧ ମିନିଟ୍ ପରେ ଅଷ୍ଟମଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦ, ବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା: ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ଧନ ମିଳିବ । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ଆମୋଦପ୍ରମୋଦରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ।କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା: ପଞ୍ଚମ ଓ ଷଷ୍ଠଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଓ ସୋମବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ରୋଗ, ଋଣ, ଶତ୍ରୁରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ଧନୁ: ସକାଳ ୭ଟା ୪୧ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସ୍ୱଜନ, ପରିଜନଙ୍କ ସହ କଥାବାର୍ତ୍ତା ଏବଂ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଏହାପରେ ପଞ୍ଚମ ଚନ୍ଦ୍ରଯୋଗୁ ହୃତଗୌରବ, ହୃତ ସମ୍ମାନ ଫେରିଆସିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୯, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ମକର: ସକାଳ ୭ଟା ୪୧ ମିନିଟ୍ ପରେ ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ିପାରନ୍ତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । ଆଥିର୍କ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ: ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ଆୟର ନୂତନ ମାର୍ଗ ଖୋଳିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତିହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳପାଇବେ ।
ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା: ମା’ ବିମଳା ।
ମୀନ: ଶ୍ରୀଚନ୍ଦ୍ର ଓ ଦ୍ୱିତୀୟଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ସୋମବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଈପସିତ୍ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତକର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ମା’ ତାରା ।