ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

ଖୋଲିଲା ମା’ ମଝିଘରିଆଣୀ ମନ୍ଦିରର ହୁଣ୍ଡି, କଡ଼ା ସୁରକ୍ଷାରେ ଚାଲିଛି ଟଙ୍କା ଗଣତି

Published By : Prameya | January 27, 2025 11:55 AM

ରାୟଗଡା,୨୭/୦୧: ଖୋଲିଲା ରାୟଗଡ଼ାର ଅଧିଷ୍ଠାତ୍ରୀଦେବୀ ମା’ ମଝିଘରିଆଣୀଙ୍କ ହୁଣ୍ଡି। ୬ ମାସ ପରେ ମନ୍ଦିରର ୯ଟି ଦାନ ହୁଣ୍ଡି ଖେଲାଯାଇ ଆରମ୍ଭ ହେଲା ଗଣତି। ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୋଲିସର କଡ଼ା ସୁରକ୍ଷାରେ ହୁଣ୍ଡି ଟଙ୍କା ଗଣୁଛନ୍ତି ମନ୍ଦିର କର୍ତ୍ତୃପକ୍ଷ।

ସୋମବାର ଦିନ ଖୋଲିଛି ମା’ ମଝିଘରିଆଣି ମନ୍ଦିରର ଦାନ ହୁଣ୍ଡି । ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୋଲିସର କଡ଼ା ସୁରକ୍ଷାରେ ଚାଲିଛି ଗଣତି । ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ୯ଟି ଦାନ ହୁଣ୍ଡିରୁ ସକାଳ ୧୦ଟା ୩୦ରୁ ଗଣତି ଆରମ୍ଭ ହୋଇଛି । ଏହି ଗଣତି କାମରେ ବିଭିନ୍ନ ସଂଗଠନର ମହିଳା ଓ ପୁରୁଷ ସ୍ୱେଚ୍ଛାସେବୀମାନଙ୍କୁ ନିୟୋଜିତ କରାଯାଇଛି । ଏହି ଗଣତି କାର୍ଯ୍ୟରେ ନିୟୋଜିତ ହୋଇ ନିଜକୁ ଭାଗ୍ୟବାନ ମନେ କରନ୍ତି ବୋଲି କହିଛନ୍ତି ମହିଳା ସଂଘର ସଦସ୍ୟମାନେ ।  

ସୂଚନା ଅନୁଯାଇ, ଗତ ୬ ମାସ ତଳେ ଦାନ ହୁଣ୍ଡିରୁ ସମୁଦାୟ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା, ସୁନା ୫୩ ଗ୍ରାମ, ରୂପା ୨ କେଜି ୩୯୨ ଗ୍ରାମ ସହ ୩୩ଟି ବିଦେଶୀ ମୁଦ୍ରା ମିଳିଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.