ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜଧାନୀରେ ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା, ଏକାଧିକ ଆହତ

Published By : Prameya | November 12, 2024 9:09 AM

ଭୁବନେଶ୍ୱର ୧୨/୧୧ : ଭୁବନେଶ୍ବର ପୃଥକ ପୃଥକ ସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁଇ ଦୁର୍ଘଟଣାରେ ଏକାଧିକ ଲୋକ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। 

ସୂଚନା  ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ନୟାପଲ୍ଲୀ ଏକାମ୍ର ଭିଲା ଛକରେ ଏକ ଭୋଲବୋ କାରକୁ ପିଟିଥିଲା ସ୍ଵିଫ୍ଟ ଡିଜାର କାର। ଦୁର୍ଘଟଣା ଦୁଇ ଜଣ ଯାତ୍ରୀ ଆହତ ହୋଇଥିଲେ । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରି ପିସିଆର ଡାକିଥିଲେ । ପୋଲିସ୍ ପହଞ୍ଚି ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ତେବେ ଭୋଲବୋ କାରରେ ବସିଥିବା ଚାଳକ ଏବଂ ଅନ୍ୟ ଜଣେ ବ୍ୟକ୍ତିଙ୍କ ସଂପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି।

ସେହିପରି ରାଜଧାନୀର ଆଉ ସ୍ଥାନରେ ଭୟଙ୍କର ଦୁର୍ଘଟଣା ଘଟିଛି ।  ସହିଦନଗର ଥାନା ସମ୍ମୁଖ  ଜାତୀୟ ରାଜପଥର ଓଭରବ୍ରିଜ ଉପରେ ଟ୍ରକ ଧକ୍କାରେ ଜଣେ ଯୁବକ ୫୦ ମିଟର ପର୍ଯ୍ୟନ୍ତ ଘୋଷାଡି ପଡିଥିଲେ। ଗୁରୁତର ଅବସ୍ଥାରେ ଛଟପଟ ହେଉଥିବାବେଳେ ସେହି ରାସ୍ତାରେ ଦେଇ ଯାଉଥିବା ବାଇକ୍ ଆରୋହୀ ଜଣଙ୍କ ଆମ୍ବୁଲାନ୍ସ ସହ ପୋଲିସଙ୍କୁ ଖବର ଦେଇଥିଲେ। ତୁରନ୍ତ ପୋଲିସ୍ ପହଞ୍ଚିବା ସହ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନେଇଛନ୍ତି । ତାଙ୍କର ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.