ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସୋମବାର ନୀଳାଦ୍ରି ମହୋଦୟାଷ୍ଟମୀ, ବଡ଼ଦେଉଳରେ ଜଳ ଅଧିବାସ

Published By : Harapriya Sethi | May 5, 2025 9:10 AM

ପୁରୀ,୦୫/୦୫: ସୋମବାର ବୈଶାଖ ଶୁକ୍ଳ ଅଷ୍ଟମୀରେ ଶ୍ରୀମନ୍ଦିରରେ ପାଳନ ହେବ ନୀଳାଦ୍ରି ମହୋଦୟାଷ୍ଟମୀ । ଏହି ତିଥିକୁ ଶ୍ରୀମନ୍ଦିର ପ୍ରତିଷ୍ଠା ଦିବସ ଭାବେ ଗଣାଯାଏ । ଉକ୍ତ ଦିବସରେ ଠାକୁରଙ୍କ ଅଭିଷେକ ଉତ୍ସବ ଅନୁଷ୍ଠିତ ହେବ । ୧୦୮ କୁମ୍ଭ ଜଳରେ ଦାରୁଦିଅଁଙ୍କ ଜଳାଭିଷେକ ହୋଇଥାଏ । ବଡ଼ଦେଉଳ ପରମ୍ପରାରେ ଏହା ହେଉଛି ତ୍ରୟୋଦଶ ଯାତ୍ରା ତଥା ନୀଳାଦ୍ରି ମହୋତ୍ସବ । ଏଣୁ ଆଜି ଶ୍ରୀମନ୍ଦିରରେ ଜଳ ଅଧିବାସ ନୀତି ସମ୍ପନ୍ନ ହୋଇଛି । ସପ୍ତମୀ ରାତିରୁ ୧୦୮ ଜଳକୁମ୍ଭ ଅଧିବାସ ହୋଇ ରହିଛି । ଅଷ୍ଟମୀରେ ସକାଳ ଧୂପ ଓ ଆଲଟ ଲାଗି ସରିଲେ ଭିତର ଗମ୍ଭୀରାରେ ପାଣି ପଡ଼ିବ । ପରେ ଅଧିବାସ ଜଳକୁ ସେବକମାନେ ଘଣ୍ଟ ଛତା ଓ କାହାଳୀର ପଟୁଆରରେ ନେଇ ରତ୍ନସିଂହାସନ ନିକଟରେ ବିଜେ କରିବେ । ଏହାପରେ ଜଳପୂଜା ଓ ଜଳ ଲାଗି ବିଧି ସମ୍ପନ୍ନ ହେବ । ଏହି ତିଥିରେ ଯଜ୍ଞମଣ୍ଡପରୁ ବିଜେ ହୋଇ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନସିଂହାସନରେ ଅଧିଷ୍ଠିତ ହୋଇଥିଲେ । 

ସ୍କନ୍ଦ ପୁରାଣ ଅନୁସାରେ, ବୈଶାଖ ମାସ ପୁଷ୍ୟାଯୋଗଯୁକ୍ତ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ସ୍ୱୟଂ ବ୍ରହ୍ମା ଶ୍ରୀମନ୍ଦିର ପ୍ରତିଷ୍ଠା କରିଥିଲେ । ଏଣୁ ଉକ୍ତ ତିଥିରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବିଧି ଅନୁଷ୍ଠିତ ହୋଇଥାଏ । କୁହାଯାଏ ଏହି ଦିନ ଦାନ, ତପସ୍ୟା ଓ ହୋମାଦି କାର୍ଯ୍ୟ କଲେ ଅଶେଷ ଫଳ ମିଳେ । ବାମଦେବ ସଂହିତାରେ ଏହାର ମାହାତ୍ମ୍ୟ ବର୍ଣ୍ଣନା ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.