ମେଷ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ବୁଧବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଶ୍ରୀଚନ୍ଦ୍ର, ବୁଧବାର ଏବଂ ସକାଳ ୯ଟା ୨୨ ମିନିଟ୍ ପରେ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ମନରେ ଅଧିକ ଧ୍ୟାନ ଦେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ବଦ୍ଖର୍ଚ୍ଚ, ଅଯଥା ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା, ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା: ୧୨, ଆରାଧନା : ମା’ ଭୈରବୀ ।

କର୍କଟ : ଘାତବାର ଓ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରବି ଓ ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଦଶମ ଚନ୍ଦ୍ର, ଦଶମୀ ତିଥି ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁପଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା: ମା’ ମାତଙ୍ଗୀ ।

କନ୍ୟା : ସପ୍ତମ ଚନ୍ଦ୍ର, ବୁଧବାର ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଓ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାଦ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ଗାୟତ୍ରୀ ।

ବିଛା : ଘାତଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ କୌଣସି ଅପରିଚିତ ମହିଳାଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ କିମ୍ବା ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ପଞ୍ଚମ ଚନ୍ଦ୍ର ଓ ସକାଳ ୯ଟା ୨୭ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ନାହିଁ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାପ୍ରତି ମନରେ ଅଧିକ ଆଗ୍ରହ ରହିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ସେମାନେ ନୂତନ ନିଯୁକ୍ତି କିମ୍ବା ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି । ପିତାମାତାଙ୍କ କୃପା ଲାଭ କରିବେ କିମ୍ବା ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମଧ୍ୟମ ହେବ । କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ପହଞ୍ଚିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ : ତୃତୀୟ ଚନ୍ଦ୍ର ଓ ରବି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩