ମେଷ : ଘାତଚନ୍ଦ୍ର, ଅଷ୍ଟମୀ ତିଥି, ବିଷ୍ଟିକରଣ ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ନିଜର ଲୋକଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରେବତୀ ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: କଫି, ସଂଖ୍ୟା : ୬, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଏକାଦଶ ଚନ୍ଦ, ଘାତବାର, ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଦଶମ ଚନ୍ଦ୍ର, ସୋମବାର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା,କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ପ୍ରକାଶ ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ଏବଂ ବିଷ୍ଟିକରଣ ସକାଳ ୧୦ଟା ୧୭ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ସପ୍ତମ ଚନ୍ଦ୍ର, ସୋମବାର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମରେ ଆୟୋଜନ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଷଷ୍ଠ ଚନ୍ଦ୍ର, ସୋମବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ପଞ୍ଚମ ଚନ୍ଦ୍ର, ସୋମବାର ଯୋଗୁ ବିଦ୍ୟାରେ ବିଚକ୍ଷଣତା, ବଚନରେ ସଂଯମତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ତାଙ୍କ କର୍ମକୁ ନେଇ ଗର୍ବିତ ହେବେ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ହନୁମାନ ।

ମକର : ଘାତବାର ଓ ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ବ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ : ଦ୍ୱିତୀୟ ଚନ୍ଦ୍ର, ସୋମବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩