PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେସିଙ୍ଗା : କେସିଙ୍ଗାରେ ବୃଦ୍ଧି ପାଇବାରେ ଲାଗିଛି ସଟ୍ଟା ଖେଳ ସହିତ ବେଆଇନ ମଦ ବିକ୍ରି, ୩ ଗିରଫ
  • ||
  • କଣ୍ଟାବାଞ୍ଜି : ରାଜ୍ୟ ବାହାରେ ଓଡ଼ିଆ ପରିବାରକୁ ନିର୍ମମ ହତ୍ୟା, ସ୍ଵାମୀ-ସ୍ତ୍ରୀ ସମେତ ଦୁଇ ଛୁଆ ମୃତ
  • ||
  • କଟକ : ବଢିବ ହାଇସିକ୍ୟୁରିଟି ନମ୍ଵର ପ୍ଲେଟ ଅବଧି, ମାସେ ସମୟସୀମା ବୃଦ୍ଧିକଲେ ସରକାର
  • ||

୧୫ ଯାଏ ବିଶେଷ ବର୍ଷା ନାହିଁ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟରେ ବିଶେଷ ବର୍ଷା ନାହିଁ । ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । ୧୩ ତାରିଖରେ କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ । ଭାରତୀୟ ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ ଜାରି କରିଛି ।

ଆସନ୍ତା ୧୩ ତାରିଖରେ ରାଜ୍ୟର ଅଳ୍ପ କିଛି ସ୍ଥାନରେ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହୋଇପାରେ । ମୟୂରଭଞ୍ଜ, କେଉଁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିର କିଛି ସ୍ଥାନରେ ଶନିବାର ବିଜୁଳି ଓ ଘଡଘଡ଼ି ସହ ବର୍ଷା ହୋଇପାରେ । କିନ୍ତୁ ବାକି ୧୫ ତାରିଖ ଯାଏ ପାଗ ଶୁଖିଲା ରହିବ ।

ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ଥିଲା । କଟକର କିଛି ସ୍ଥାନରେ ବର୍ଷା ହୋଇଥିଲା । କଟକରେ ସନ୍ଧ୍ୟା ସୁଦ୍ଧା ୧୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ୬ ମିଲିମିଟର ବର୍ଷା ହୋଇଛି । ବାଲେଶ୍ୱର, ଚାନ୍ଦବାଲି, ପାରାଦୀପ, ଭୁବନେଶ୍ୱର, ଗୋପାଳପୁର, ପୁରୀ, ଅନୁଗୁଳ, ବାରିପଦା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ହୀରାକୁଦ, ତାଳଚେର, ଭବାନୀପାଟଣା, ବଲାଙ୍ଗୀର, କୋରାପୁଟ, ଫୁଲବାଣୀ, ଟିଟିଲାଗଡ, ମାଲକାନଗିରି, ସୋନପୁର ଓ ଦାରିଙ୍ଗିବାଡିରେ ବିଶେଷ ବର୍ଷା ହୋଇନି । ଆସନ୍ତା ୧୮ ତାରିଖ ଯାଏ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ.ଶରତ ସାହୁ କହିଛନ୍ତି ।