ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

୨ ଦିନରେ ବିଦାୟ ନେବ ମୌସୁମୀ, ରାଜ୍ୟର ୭ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

Published By : Swapna Ray | October 12, 2024 8:36 AM

ଭୁବନେଶ୍ୱର, ୧୨।୧୦: ରାଜ୍ୟରୁ ବିଦାୟ ନେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଦୁଇଦିନରେ ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାର୍ବଣରେ ପାଗ ମୁଖ୍ୟତଃ ଶୁଖିଲା ଥିବାବେଳେ ସ୍ଥାନେ ସ୍ଥାନେ ଅସରାଏ ଅତି ହାଲୁକା ବର୍ଷା ହୋଇଛି । ଭୁବନେଶ୍ୱର ଓ କଟକରେ ଠାଏଠାଏ ବର୍ଷା ଛିଞ୍ଚିଛି । ମହାନବମୀ ଓ ବିଜୟା ଦଶମୀରେ ବିଶେଷ ବର୍ଷା ସମ୍ଭାବନା ନାହିଁ । କାଁ ଭାଁ ବର୍ଷା ହୋଇପାରେ । ଶନିବାର ରାଜ୍ୟର ୭ଟି ସ୍ଥାନରେ ଠାଏ ଠାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । କୌଣସି ସ୍ଥାନରେ ଲଗାଣ କିମ୍ବା ପ୍ରବଳ ବର୍ଷା ସମ୍ଭାବନା ନାହିଁ । ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ।   ବାକି ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ । 

ରବିବାର ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସୋମବାର ଦୁର୍ଗାପୂଜା ଭସାଣି ଉତ୍ସବରେ ବି ବିଶେଷ ବର୍ଷା ସମ୍ଭାବନା ଅଛି । ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ମଙ୍ଗଳବାର, ବୁଧବାର ଓ ଗୁରୁବାର ମଧ୍ୟ ଦକ୍ଷିଣ ଓଡ଼ିଶାର କିଛି ଜାଗାରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ରାଜ୍ୟର ୧୪ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ଥିଲା । ଜଗତସିଂହପୁରରେ ତାପମାତ୍ରା ୩୬.୫ ଡିଗ୍ରୀ ଥିବାବେଳେ ପୁରୀ ୩୬.୨, ବୌଦ୍ଧ ୩୫.୮, ସମ୍ବଲପୁର ୩୫.୯, ଭୁବନେଶ୍ୱର ୩୫.୭, ଚାନ୍ଦବାଲି ୩୫.୫ ଡିଗ୍ରୀ ସେଲସିୟସ୍‌ ଥିଲା । ଉପକୂଳ ଓଡ଼ିଶାରେ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.