ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ମୌସୁମୀ, ଅନୁକୂଳ ହେଲା ପାଗ

ଭୁବନେଶ୍ବର, ୨୯।୫ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ହୋଇଛି। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। 

ସେପଟେ ଓଡ଼ିଶାକୁ ଫେରିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ସକାଳୁ ସକାଳୁ ଜଳିଲାଣି ସାରା ଓଡ଼ିଶା। କେବଳ ତାପମାତ୍ରା ନୁହେଁ, ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ଏତେ ବଢ଼ିଯାଇଛି ଯେ, ଭୀଷଣ ଗୁଳୁଗୁଳି ଅଣନିଃଶ୍ୱାସୀ କରି ପକାଉଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨ ଦିନ ଭିତରେ ଅନେକ ସ୍ଥାନରେ ତାତି ଆହୁରି ୨-୩ ଡିଗ୍ରୀ ବଢିପାରେ। ୩୧ ତାରିଖ ପରେ ଆଶ୍ୱସ୍ତି ଆଣିବ କାଳବୈଶାଖୀ ବର୍ଷା। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାରେ ଗ୍ରୀଷ୍ମ ଲହରି ଜଳାଇବ। ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାରେ ଗ୍ରୀଷ୍ମ ଲହରୀ ଜାରି ରହିବ। ଉପକୂଳର ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଆସନ୍ତା ଦୁଇ ଦିନ ଭୀଷଣ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ। ଏଥିପାଇଁ ଉପରୋକ୍ତ ସମସ୍ତ ଜିଲ୍ଲାପାଳଙ୍କୁ ଅଂଶୁଘାତ ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ  ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.