ଭୁବନେଶ୍ଵର, ୦୫/୦୬ : ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପ୍ରଥମେ ଦକ୍ଷିଣ ଓଡ଼ିଶା ପ୍ରବେଶ କରିବା ପରେ ଅନ୍ୟ ଅଞ୍ଚଳ ଗୁଡିକ ସ୍ପର୍ଶ କରିବ। ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି।
ସାଧାରଣତଃ ଓଡ଼ିଶାରେ ଦ୍ଵିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଅନ୍ୟପଟେ ଗତକାଲି ରାଜ୍ୟର ୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆସନ୍ତା ୨୪ ଘଣ୍ଟା ଭିତରେ ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ବରଗଡ଼ରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।