ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଦୁର୍ବଳ ହେଉଛି ଅବପାତ, ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା

Published By : Rasmita Pradhan | August 20, 2025 7:32 AM

ଭୁବନେଶ୍ୱର, ୨୦/୦୮ : ରାଜ୍ୟରେ ଧୀରେ ଧୀରେ ଦୁର୍ବଳ ହେଉଛି ଅବପାତ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଏହି ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଦୁର୍ବଳ ହେଉଛି । ଆସନ୍ତା ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଅବପାତ ଦୁର୍ବଳ ରହିବା ସତ୍ତ୍ଵେ କିଛି ସ୍ଥାନରେ ବର୍ଷା ଜାରି ରହିବ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୩ ତାରିଖ ଯାଏ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି। ୨୦ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୧ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବାଲେଶ୍ୱରରେ ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

୨୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ୨୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ଜଗତସିଂହପୁରରେ ୨୮.୨ ମିମି, ଭଦ୍ରକରେ ୨୦, ତାଳଚେରରେ ୧୬.୪, ଭୁବନେଶ୍ୱରରେ ୧୧.୭, କଟକରେ ୧୧.୬, ସୋନପୁରରେ ୧୦ ମିମି ବର୍ଷା ରେକର୍ଡ ହୋଇଛି। 

୨୧ ପର୍ଯ୍ୟନ୍ତ ସମୁଦ୍ରକୁ ଯିବା ମନା-

ଲଘୁଚାପଜନିତ କାରଣରୁ ସମୁଦ୍ର ଅଶାନ୍ତ ହୋଇପଡିଛି। ପାରାଦୀପ ମାଛ ଧରା ବନ୍ଦରରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏ ନେଇ ସାଗରମିତ୍ର ପକ୍ଷରୁ ପାରାଦୀପ ମାଛଧରା ବନ୍ଦରଠାରେ ସତର୍କ ସୂଚନା ଦିଆଯାଇଛି । ଅଗଷ୍ଟ ୧୯ ତାରିଖରୁ ୨୧ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ, ଡଙ୍ଗା ମାଲିକ ଓ ବୋଟ୍‌ ମାଲିକମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ର ଭିତରକୁ ମାଛ ଧରିବାକୁ ଯିବା ପାଇଁ ବାରଣ କରାଯାଇଛି । ସମୁଦ୍ର ଭିତରେ ଥିବା ମତ୍ସ୍ୟଜୀବୀଙ୍କୁ କୂଳକୁ ଫେରି ଆସିବା ପାଇଁ ନିବେଦନ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.