ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଟେକ୍ସାସରେ ବନ୍ୟା ସ୍ଥିତି ଭୟଙ୍କର; ୧୦୦ରୁ ଅଧିକ ମୃତ, ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

Published By : Anindita Ratha | July 8, 2025 9:57 AM

ନୂଆଦିଲ୍ଲୀ,୦୮/୦୭: ଆମେରିକାର ଟେକ୍ସାସରେ  ପ୍ରବଳ ବର୍ଷା ଯୋଗୁଁ ଭୟଙ୍କର ବନ୍ୟାସ୍ଥିତି। ବର୍ତ୍ତମାନ ସୁଦ୍ଧା ୧୦୦ରୁ ଅଧିକ ଲୋକଙ୍କ ଜୀବନ। ସେହିପରି ଅନେକ ଲୋକ ଏବେ ବି ନିଖୋଜ ରହିଛନ୍ତି । ଟେକ୍ସାସ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ହ୍ବାଇଟ୍ ହାଉସ ପ୍ରେସ୍ ସଚିବ କାରୋଲିନ୍ ଲେଭିଟ୍ କହିଛନ୍ତି ଯେ, ରାଷ୍ଟ୍ରପତି ଟ୍ରମ୍ପ ଏହି ସପ୍ତାହ ଶେଷରେ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିପାରନ୍ତି। ହେଲେ ଟ୍ରମ୍ପଙ୍କ ଗସ୍ତ ସମ୍ପର୍କରେ ଏ ପର୍ଯ୍ୟନ୍ତ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ। 

ସିବିଏସ୍ ନ୍ୟୁଜ୍ ରିପୋର୍ଟ ଅନୁଯାୟୀ, ବିଭିନ୍ନ କାଉଣ୍ଟିରେ ନିଖୋଜ ଲୋକଙ୍କୁ ଖୋଜିବା ଏବଂ କ୍ଷୟକ୍ଷତି ଆକଳନ କରିବା ପାଇଁ ଜରୁରୀକାଳୀନ କର୍ମଚାରୀମାନେ ଦିନରାତି କାମ କରୁଛନ୍ତି। ଏହା ବ୍ୟତୀତ ହ୍ୱାଇଟ୍ ହାଉସ୍ ପ୍ରେସ୍ ସଚିବ କାରୋଲିନ୍ ଲେଭିଟ୍ କହିଛନ୍ତି ଯେ, ବନ୍ୟା ପୂର୍ବରୁ ସ୍ଥାନୀୟ ଏବଂ ସଂଘୀୟ ପାଣିପାଗ ବିଭାଗ କେର୍ କାଉଣ୍ଟି ସମ୍ପ୍ରଦାୟକୁ ସତର୍କ କରାଇଥିଲା । ଏହା ଏକ ପ୍ରାକୃତିକ ବିପର୍ଯ୍ୟୟ । ଲଗାଣ ବର୍ଷାରେ ବିଭିନ୍ନ ନଦୀ ଗୁଡ଼ିକ ଜଳସ୍ତର ବଢ଼ିବା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି । ଏଥିରେ ପ୍ରଶାସନର କୌଣସି ହାତ ନାହିଁ । କିନ୍ତୁ ପୂର୍ବରୁ ନିରନ୍ତର ଭାବେ ଚେତାବନୀ ଦିଆଯାଇଥିଲା । ଜାତୀୟ ପାଣିପାଗ ବିଭାଗ ଲଗାତାର ସତର୍କ କରାଉଥିଲା । ଜୁଲାଇ ୩ ତାରିଖରେ, ଅଷ୍ଟିନ-ସାନ ଆଣ୍ଟୋନିଓରେ ଥିବା NWS କାର୍ଯ୍ୟାଳୟର ଅଧିକାରୀ ଏକ ବ୍ରିଫିଂ କରିଥିଲେ ଏବଂ ଅପରାହ୍ନରେ ବନ୍ୟା ଚେତାବନୀ ଦିଆଯାଇଥିଲା । ହେଲେ ଶୁକ୍ରବାର ସକାଳୁ ପ୍ରବଳ ବର୍ଷା ଯୋଗୁଁ, ଗୁଆଡାଲୁପ୍ ନଦୀର ଜଳସ୍ତର ମାତ୍ର ୪୫ ମିନିଟରେ ୨୬ ଫୁଟ ବୃଦ୍ଧି ପାଇଥିଲା, । ଯାହା ଟେକ୍ସାସ ହିଲ୍ କଣ୍ଟ୍ରି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। 









Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.