ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ବିଧାନସଭାରେ ଚାଞ୍ଚଲ୍ୟକର ତଥ୍ୟ ରଖିଲେ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ, ୨ ବର୍ଷରେ କୁକୁର କାମୁଡ଼ାରେ ଶିକାର ହେଲେଣି ୫ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ

Published By : Harapriya Sethi | December 4, 2024 2:31 PM

ଭୁବନେଶ୍ବର,୦୪/୧୨: ବିଧାନସଭାରେ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ ଗୋକୁଳନନ୍ଦ ମଲ୍ଲିକ ରଖିଲେ ଚାଞ୍ଚଲ୍ୟକର ତଥ୍ୟ । ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷ ବୁଲା କୁକୁର । ଗତ ଦୁଇ ବର୍ଷ ଭିତରେ କୁକୁର କାମୁଡ଼ାରେ ଶିକାର ହେଲେଣି ୫ ଲକ୍ଷରୁ ଅଧିକ ଲୋକ ।

ବୁଲା କୁକୁରଙ୍କ ଉପଦ୍ରବରେ ଲୋକେ ହନ୍ତସନ୍ତ ହେଉଛନ୍ତି । ତେବେ ଚଳିତ ବର୍ଷ ଅର୍ଥାତ ଏଇ୧୦ ମାସରେ ୨ ଲକ୍ଷ ୪୩ ହଜାର ୫୬୫ ଜଣ ଲୋକ କୁକୁର କାମୁଡ଼ାର ଶିକାର ହୋଇଛନ୍ତି । ସେହିପରି ଗତବର୍ଷ ୨ ଲକ୍ଷ ୬୦ ହଜାର ଲୋକ କୁକୁର କାମୁଡ଼ାର ଶିକାର ହୋଇଥିଲେ । ଏହି କାରଣରୁ ରାଜ୍ୟର ୮ ଟି ସହରାଞ୍ଚଳରେ ୪ ହଜାର ୬୦୫ କୁକୁରଙ୍କ ବନ୍ଧ୍ୟା କରଣ କରାଯାଇଛି । ଏହା ସହ ବୁଲା କୁକୁରଙ୍କ ପ୍ରତି ସାବଧାନ ରହିବାକୁ ମଧ୍ୟ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ କହିଛନ୍ତି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.