ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଦୋକାନରେ ଅଗ୍ନିକାଣ୍ଡ, ଜଳିଗଲା ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଶୀତବସ୍ତ୍ର

Published By : Swapna Ray | December 15, 2024 11:07 AM

ଯାଜପୁର, ୧୫।୧୨: ଯାଜପୁର ଜିଲ୍ଲା ବ୍ୟାସନଗର ସହରର ମିଶ୍ରିଲାଲ୍ ପେଟ୍ରୋଲ ପମ୍ପ ସମ୍ମୁଖରେ ଥିବା ଶୀତବସ୍ତ୍ର ଦୋକାନରେ ଅଗ୍ନିକାଣ୍ଡ । ଜଳିଗଲା ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଶୀତବସ୍ତ୍ର । ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାରଣ ଅସ୍ପଷ୍ଟ ରହିଥିବା ବେଳେ ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । 

ସୂଚନା ମୁତାବକ, ରବିବାର ସକାଳ ପାଖାପାଖି ୮ଟା ସମୟରେ ମିଶ୍ରିଲାଲ ପେଟ୍ରୋଲ ପମ୍ପ ସମ୍ମୁଖରେ ଥିବା ଶୀତବସ୍ତ୍ର ଦୋକାନରୁ ଧୂଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ମାତ୍ର କିଛି ସମୟ ଭିତରେ ଏହି ନିଆଁ ଅଧିକ ବ୍ୟାପିଯାଇଥିଲା । ସଙ୍ଗେ ସଙ୍ଗେ ୨ଟି ଦୋକାନ ହୁତୁହୁତୁ ହୋଇ ଜଳିବାକୁ ଲାଗିଥିଲା । ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୩ଟି ଦମକଳ ସାହାଯ୍ୟରେ ନିଆଁକୁ ଆୟତ୍ତ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.