ପ୍ରମୂଖ ଖବର
  • ବହୁଚର୍ଚ୍ଚିତ କୋଲକାତା ଆର୍. ଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ, ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ
  • ||
  • ଫିରିଙ୍ଗିଆ : ବାଇକ୍‌ ଦୁର୍ଘଟଣାରେ ଶିକ୍ଷକ ମୃତ, ଦୁଇ ଗୁରୁତର
  • ||
  • କୋଣାର୍କ ସୂର୍ଯ୍ୟମନ୍ଦିରରେ ସିଙ୍ଗାପୁର ରାଷ୍ଟ୍ରପତି, ୪ ଘଣ୍ଟା ପାଇଁ ପର୍ଯ୍ୟଟକଙ୍କ କଟକଣା ଲାଗୁ
  • ||
  • ମାଲକାନଗିରି : କୁମ୍ବିଂ ଅପରେସନ୍‌ ବେଳେ ମାଓବାଦୀଙ୍କ ସୁଡଙ୍ଗ ଠାବ, ଶତାଧିକ ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ
  • ||
  • ମାଲକାନଗିରି : ରୋଗୀ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ବାପ ଝିଅ ମୃତ, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଦ୍ୱିତୀୟ ଦିନରେ ନବ ଦାସ ଭାଇଙ୍କ ଘରେ ଆଇଟି ରେଡ୍‌, ଲିଙ୍କ୍‌ରେ ଥିବା କଣ୍ଟ୍ରାକ୍ଟର, ବିଲ୍‌ଡରଙ୍କ ଘରେ ଚାଲିଛି ଚଢ଼ାଉ
  • ||
  • ପାରାଦୀପ : ହାଇୱା ଧକ୍କାରେ ଚାଲିଗଲା ଶ୍ରମିକଙ୍କ ଜୀବନ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡ଼ିରେ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ସାରା ଓଡ଼ିଶାରେ ଚାଲିଛି ପକ୍ଷୀ ଗଣନା, ଗଣନାକାରୀ ଟିମ୍‌ ସହ ବିଶେଷଜ୍ଞ ଓ ଗାଇଡ୍‌ ନିୟୋଜିତ
  • ||
  • ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ରହିବ ଶୀତର ପ୍ରକୋପ, ୩ ଦିନ ଯାଏ ୯ ଜିଲ୍ଲାକୁ କୁହୁଡ଼ି ଆଲର୍ଟ
  • ||

ନୀଳଗିରି ଆଡ଼କୁ ପଶିଲେ ୫୫ ଟିକିଆ ହାତୀପଲ, ଅଞ୍ଚଳବାସୀ ଆତଙ୍କିତ

Published By : Harapriya Sethi | December 7, 2024 7:44 AM

ନୀଳଗିରି,୦୭/୧୨: ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳକୁ ଆସିଛନ୍ତି ଝାଡ଼ଖଣ୍ଡ ହାତୀପଲ । ନୀଳଗିରି ସୀମାନ୍ତ ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ନଡ଼ପୁର ଜଙ୍ଗଲ ଛାଡି ନଖରା ଦେଇ ଦଲକୀ ଅଞ୍ଚଳରେ ନୀଳଗିରି ମୁହାଁହୋଇଥିଲେ ୭୦ ଟି ହାତୀଟିକିଆ ହାତୀପଲ । ଶନିବାର ଭୋରରେ ୫୫ଟି ହାତୀ ସୋନ ନଦୀ ପାର ହୋଇ କାଠପାଳ, ଜୁଣକୋଇଲି ଦେଇ ଆସିଛନ୍ତି । ପରେ ଗୋପାଳପୁର ସଂରକ୍ଷିତ ଜଙ୍ଗଲରେ ହାତୀପଲ ପଶିଛନ୍ତି । 

ତେବେ ଆସିବା ରାସ୍ତାରେ ବ୍ୟାପକ ଧାନ ଫସଲ ନଷ୍ଟ କରିଥିବା ଦେଖିବାକୁ ମିଳିଛି । ଏବେ ଧାନ ଅମଳ ସମୟ ହୋଇଥିବା ବେଳେ ହାତୀପଲ ବ୍ୟାପକ ଧାନଫସଲ ନଷ୍ଟ କରିବା ସହିତ ଘର ଭାଙ୍ଗିବା ସମ୍ବାବନା ଥିବାରୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି । ଟ୍ରେଞ୍ଜ ଓ ସୋଲାର ଫେନ୍ସି ଅଚଳ ହୋଇପଡିଥିବା ବେଳେ ବନବିଭାଗ ମଧ୍ୟ ଚିନ୍ତାରେ ପଡିଛି । ତେବେ ହାତୀର ଗତିବିଧି ଉପରେ ବନବିଭାଗ ନଜର ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.