ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆଜିଠୁ ସକାଳୁଆ ସ୍କୁଲ୍, ମେ’ ୬ରୁ ଗ୍ରୀଷ୍ମ ଛୁଟି

ଭୁବନେଶ୍ଵର, ୦୨/୦୪ : ମଙ୍ଗଳବାର ଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍ । ଅଙ୍ଗନବାଡ଼ି ଗୁଡ଼ିକ ମଧ୍ୟ ସକାଳୁଆ ଆରମ୍ଭ ହୋଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମୟରେ ପରିବର୍ତ୍ତନ କରାଯାଇଛି। 

ସୂଚନାନୁଯାୟୀ, ଆଜିଠାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟଗୁଡ଼ିକରେ ସକାଳ ୭ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ଏହି ସମୟରେ ପ୍ରଧାନଶିକ୍ଷକମାନେ କ୍ୟାମ୍ପସରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍ ପ୍ୟାକେଟ୍ ସମେତ ଅନ୍ୟାନ୍ୟ ଆବଶ୍ୟକୀୟ ବ୍ୟବସ୍ଥା କରାଯିବ। 

ସେହିପରି ପାଣିପାଗ ସ୍ଥିତିକୁ ଦେଖି ବିଦ୍ୟାଳୟ ଖୋଲିବା ନେଇ ଜିଲ୍ଲାପାଳମାନେ ନିଜ ଜିଲ୍ଲାର ନିଷ୍ପତ୍ତି ନେଇପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ଥାଉକି, ମେ’ ୬ରୁ ଗ୍ରୀଷ୍ମ ଛୁଟି ଦିଆଯିବ। ଜୁନ୍ ୧୬ରେ ପୁଣିଥରେ ସ୍କୁଲ ଖୋଲିବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.