ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ପାରିବାରିକ କଳହର କରୁଣ ପରିଣତି: କିରୋସିନି ଢାଳି ହୋଇ ଜଳିଗଲେ ଝିଅ ସହ ମା', ସ୍ୱାମୀ ଅଟକ

Published By : Harapriya Sethi | December 4, 2024 12:28 PM

ସାଲେପୁର, ୦୪/୧୨: ମଙ୍ଗଳବାର ସଂଧ୍ୟାରେ ଆତ୍ମହତ୍ୟା ଉଦ୍ୟମ । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ମାଆ ଓ ଝିଅ । ପାରିବାରିକ କଳହରୁ ସାଲେପୁରରେ ଘଟିଥିବା ଏ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ମୃତକ ଶୁଭରଞ୍ଜନ ଲେଙ୍କାଙ୍କ ପତ୍ନୀ ସୁଚିସ୍ମିତା ମହାନ୍ତି ବୋଲି ଜଣାପଡ଼ିଛି । ଏହି ଘଟଣାରେ ମହିଳାଙ୍କ ସ୍ୱାମୀଙ୍କୁ ଅଟକ ରଖିଛି ପୋଲିସ । କଟକ ଜିଲ୍ଲା ସାଲେପୁର ଅଞ୍ଚଳରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ,୨ ଦିନ ତଳେ ପରିବାର ଲୋକଙ୍କ ସହ ସୁଚିସ୍ମିତାଙ୍କର ଝଗଡା ହୋଇଥିଲା । ଏଥିରେ ସେ ମାନସିକ ଭାରସାମ୍ୟ ହରାଇ ବସିଥିଲେ । ଆଉ ଝିଅ ସହ ନିଜେ ଜୀବନ ହାରିବାର ନିଷ୍ପତ୍ତି ନେଇଥିଲେ । ମଙ୍ଗଳବାର ସଂଧ୍ୟା ସମୟର ଶୁଭରଞ୍ଜନ ଲେଙ୍କାଙ୍କ ପତ୍ନୀ ସୁଚିସ୍ମିତା ମହାନ୍ତି ଦେହରେ କିରୋସିନି ଡାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସେ ଏକା ନଥିଲେ ସାଙ୍ଗରେ ଥିଲା ୪ ମାସର ନିଷ୍ପାପ ଶିଶୁ । ଭିତର ପଟୁ କବାଟ ବନ୍ଦ କରି ସୁଚିସ୍ମିତା ଏପରି କାଣ୍ଡ କରିଥିଲେ । ତାଙ୍କ ଚିତ୍କାର ଶୁଣି ପରିବାର ଓ ଗାଁ ଲୋକ ଉଭୟଙ୍କୁ ଜଳୁଥିବା ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଶିଶୁର ମୃତ୍ୟୁ ହୋଇଥିବାବେଳେ ବୁଧବାର ଘରୋଇ ମେଡିକାଲରେ ମାଆ ମଧ୍ୟ ଆଖି ବୁଜି ଦେଇଛି । ଏଭଳି ଘଟଣା ପରେ ସ୍ବାମୀ ଶୁଭରଞ୍ଜନ ଲେଙ୍କାକୁ ଅଟକ ରଖି ପଚରାଉଚରା କରୁଛି ଜଗତପୁର ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.