ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ନିଆଁରେ ପୋଡ଼ି ହୋଇ ମା' ଓ ଝିଅ ଜୀବନ୍ତ ଦଗ୍ଧ, କାରଣ ଅସ୍ପଷ୍ଟ

Published By : Harapriya Sethi | November 6, 2024 8:10 AM

ସମ୍ୱଲପୁର,୦୬/୧୧: ଘରେ ନିଆଁ ଲାଗି ଜିଅନ୍ତା ଜଳିଗଲେ ମା ଓ ଝିଅ । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ମୃତ ମା ସ୍ନେହଲତା ଦୀକ୍ଷିତ (୯୦) ଏବଂ ଝିଅ ସୈରେନ୍ଦ୍ରି ଦୀକ୍ଷିତ (୬୨) ବୋଲି ଜଣାପଡ଼ିଛି । ସମ୍ବଲପୁର ମାନେଶ୍ଵର ଅନ୍ତର୍ଗତ ହାଟପଦାରେ ଏଭଳି ଅଘଟଣ ଘଟିଛି। 

ସୂଚନା ମୁତାବକ, ମଙ୍ଗଳାବର ବିଳମ୍ୱିତ ରାତିରେ ଦୁଇ ମହଲା ଘରର ଉପର ରୁମ୍‌ରେ ମା ସ୍ନେହଲତା ଏବଂ ଝିଅ ସୈରେନ୍ଦ୍ରି ଶୋଇଥିଲେ । ଏହି ସମୟରେ ହଠାତ ଘରେ ନିଆଁ ଲାଗି ଯାଇଥିଲା । ଫଳରେ ମା ଝିଅ ସେହି ଘରେ ନିଆଁରେ ଜଳି ପ୍ରାଣ ହରାଇଥିଲେ । ଝିଅ ଅର୍ଦ୍ଧ ଦଗ୍ଧ ହୋଇଥିବା ବେଳେ ମା' ଶୋଇଥିବା ଅବସ୍ଥାରେ ସେମାନଙ୍କ ମୃତ୍ୟୁ ହୋଇ ଯାଇଥିଲା ।ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ପରେ ପୋଲିସ ମୃତଦେହ ଦ୍ୱୟ ଜବତ କରିଛି ବ୍ୟବଚ୍ଛେଦ ପାଇଁ ପଠାଇଛି । ବୁଧବାର ସକାଳୁ ଏକ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଏହା ହତ୍ୟା ନା ଆଉ କ'ଣ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.