ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ମାଆ-ଝିଅଙ୍କ ସଲୀଳ ସମାଧି, ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ

ଉମରକୋଟ, ୧୪/୦୬ : ମାଆ-ଝିଅଙ୍କ ସଲୀଳ ସମାଧି। ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ମାଆ ଓ ଝିଅ। ଉମରକୋଟ ବ୍ଳକ ଅନ୍ତର୍ଗତ ପୂଜାରୀଭରଣ୍ଡି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକମାନେ ହେଲେ ଗୀତା କଲାର (୨୭ ବର୍ଷ) ଓ ଝିଅ କରିସ୍ମା କଲାର (୫ ବର୍ଷ)। ଏହି ଘଟଣା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ମୃତକଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। 

ସୂଚନାନୁଯାୟୀ, ଶୁକ୍ରବାର ସକାଳୁ ମା ଓ ଝିଅ ଘର ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେହିଠାରେ ଝିଅ କରିସ୍ମାର ପାଣିରେ ଗୋଡ ଖସିଯିବାରୁ ତାଙ୍କୁ ଉଦ୍ଧାର କରିବାକୁ ଯାଇ ମା ପାଣିରେ ବୁଡ଼ି ଯାଇଥିଲେ। ପୋଖରୀ ନିକଟରେ ଥିବା ଲୋକମାନେ ଦୁଇ ଜଣଙ୍କୁ ବୁଡ଼ି ଯାଉଥିବା ଦେଖି ଉଦ୍ଧାର କରିଥିଲେ। ହେଲେ ସେତେବେଳକୁ ଦୁହିଁଙ୍କର ମୃତ୍ୟୁ ହୋଇସାରିଥିଲା। ଉମରକୋଟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇ ଅଧିକ ତଦନ୍ତ କରୁଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.