ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଶାଶୂକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲା ବୋହୂ

Published By : Suraj Kumar | May 4, 2025 8:03 PM

ମାଲକାନଗିରି,୪/୫ : ବୋହୂ ଘରୁ ଚୋରି କରି ଧରା ପଡିଗଲା।  ଏହା ପରେ  ଶାଶୂ  ଉପରେ ରାଗ ଶୁଝାଇଲା।  ଶାଶୂଙ୍କୁ ନିଆଁ ଲଗାଇ ପୋଡି ଦେଲା। ଗୁରୁତର ଅବସ୍ଥାରେ ଶାଶୂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।   ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲାରେ । ଗୁରୁତର ଶାଶୂ ଜଣକ ହେଲେ ରେଣୁକା ବୈଦ୍ୟ।

ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୧୮ଗ୍ରାମର ଶାଶୁ ରେଣୁକା ବୈଦ୍ୟ (୫୫)ନିଜ ଘରେ ଶୋଇଥିଲେ। ବୋହୂ  ଜୟା ବୈଦ ଶାଶୂଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ପରେ ଘରର କବାଟ ବନ୍ଦ କରି ଚାରି ମାସର ପୁଅକୁ ନେଇ ବାପ ଘରକୁ ଚାଲି ଯାଇଥିଲେ। ଗୁରୁତର ଅବସ୍ଥାରେ ରେଣୁକାଙ୍କୁ  ଗାଁ ଲୋକେ ପ୍ରଥମେ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ରେଣୁକାଙ୍କ ଶରୀରର ୬୦ପ୍ରତିଶତ ପୋଡି ଯାଇଥିବାରୁ ତାଙ୍କୁ ବିଶାଖାପାଟଣା  ର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।  ରେଣୁକାଙ୍କ ଦେଢଶୁର ଗୋସାଇଁ ଦାସ ବୈଦ ମାଲକାନଗିରି ଥାନାରେ ଏ ନେଇ  ଅଭିଯୋଗ କରିଛନ୍ତି । ମାଲକାନଗିରି ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର   ତଦନ୍ତ କରୁଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.