ଭୁବନେଶ୍ୱର, ୨୪।୧୧ : ଓଡିଶା ପାୱାର୍ ଟ୍ରାନ୍ସମିସନ୍ କର୍ପୋରେସନ୍ ଲିମିଟେଡ୍ (OPTCL) ସହିତ ୟୁନିୟନ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ (UBI) ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷର କରାଯାଇଛି। ଏହାର ଉଦ୍ଦେଶ୍ୟ ହେଉଛି ୟୁନିୟନ୍ ବ୍ୟାଙ୍କରେ ଆକାଉଣ୍ଟ୍ ଥିବା ଓପିଟିସିଏଲ କର୍ମଚାରୀମାନଙ୍କୁ ସ୍ୱତନ୍ତ୍ର ବୀମା ପରିସରଭୁକ୍ତ ଏବଂ ଅନ୍ୟାନ୍ୟ ସୁବିଧା ପ୍ରଦାନ କରିବା। ଲୋକସେବା ଭବନଠାରେ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷର ହୋଇଥିଲା। ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ । ଆଜିର ସହଭାଗୀତା ଓପିଟିସିଏଲ ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ଏକ ଦୀର୍ଘ, ଅର୍ଥପୂର୍ଣ୍ଣ ଏବଂ କଲ୍ୟାଣମୂଳକ ସମ୍ପର୍କକୁ ସୂଚିତ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ସିଂହଦେଓ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଵିଶାଲ କୁମାର ଦେବ, ଓପିଟିସିଏଲ ସିଏମଡି ଭାସ୍କର ଜ୍ୟୋତି ଶର୍ମା ଏବଂ ୟୁନିୟନ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।