ପ୍ରମୁଖ ଖବର
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନେଇ ସୋଆ ଏବଂ ବାଟୋଇ ସିଷ୍ଟମ୍ସ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୨୦/୪ : ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଭୁବନେଶ୍ୱରରେ ସ୍ଥିତ ବାଟୋଇ ସିଷ୍ଟମ୍ସ (ବାଟୋଇ) ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ବାଟୋଇ ହେଉଛି ଏକ ସଫ୍ଟୱେୟାର ଇଞ୍ଜିନିୟରିଂ ଅଟୋମେସନ୍ କମ୍ପାନୀ ଯାହାର ରାପିଡ୍ ଆପ୍ଲିକେସନ୍ ଡେଭଲପ୍‌ମେଂଟ (ରାଡ୍‌) ପ୍ଲାଟଫର୍ମ ଟେଲିମେଟ୍ରି ଟୁଲ୍ସର ବିକାଶ ଓ ନିୟୋଜନ କ୍ଷେତ୍ରରେ କାର୍ଯ୍ୟ କରିଥାଏ । 

ବୁଝାମଣା ଅନୁଯାୟୀ ବାଟୋଇ ସୋଆକୁ ଏହାର ବାଟୋଇ ଏକାଡେମୀ ପ୍ଲାଟଫର୍ମ ବ୍ୟବହାର କରିବାକୁ ଦେବ ଓ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ (ଏଆଇ) ଏବଂ କ୍ୱାଂଟମ୍ କମ୍ପ୍ୟୁଟିଙ୍ଗ୍ ଶିକ୍ଷା ଓ ଗବେଷଣା ନିମନ୍ତେ ଏକ ଟେକ୍ନୋଲୋଜି ଲ୍ୟାବ ପ୍ରତିଷ୍ଠା ଦିଗରେ ସାହାଯ୍ୟ କରିବ । 

ଏହି କମ୍ପାନୀ ସୋଆର ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ସହ ଲାଇଭ୍ ପ୍ରୋଜେକ୍ଟ ପ୍ରସ୍ତୁତ କରିବାରେ ସାହାଯ୍ୟ କରିବ ଯାହା ଦ୍ୱାରା କି ଛାତ୍ରଛାତ୍ରୀମାନେ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ପ୍ରସ୍ତୁତ ହୋଇପାରିବେ । ବିଭିନ୍ନ କର୍ମଶାଳା ଆୟୋଜନ କରିବା ସହ ବାଟୋଇ ସୋଆର ଛାତ୍ରଛାତ୍ରୀମାନଙ୍କୁ କ୍ୱାଂଟମ୍ କମ୍ପ୍ୟୁଟିଙ୍ଗ୍ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଇନ୍‌ଟର୍ଣ୍ଣସିପ୍ ଓ ନିଯୁକ୍ତିରେ ମଧ୍ୟ ସହାୟକ ହେବ । 

ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ବାଟୋଇ ସିଷ୍ଟମ୍ସର ସିଇଓ ତଥା ନିର୍ଦ୍ଦେଶକ ଶ୍ରୀ ଅଶ୍ୱିନୀ କୁମାର ରଥଙ୍କ ମଧ୍ୟରେ ଏହି ବୁଝାମଣା ସ୍ୱାକ୍ଷରିତ ହୋଇଥିଲା । ଏହି ଅବସରରେ ସୋଆର ସେଂଟର ଫର୍ କ୍ୱାଂଟମ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିର ନିର୍ଦ୍ଦେଶକ ପ୍ରଫେସର ପ୍ରଶାନ୍ତ କୁମାର ପାଣିଗ୍ରାହୀ ଏବଂ ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ଶ୍ରୀ ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଥିଲେ ।

 

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.