ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ପହଲଗାମ୍‌ ଆତଙ୍କୀ ହମ୍‌ଲାରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୃତ ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ଭେଟିଲେ

Published By : Harapriya Sethi | April 23, 2025 2:22 PM

ଭୁବନେଶ୍ୱର, ୨୩/୦୪: ଶ୍ରୀନଗରରେ ପହଞ୍ଚିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅପରାଜିତା । ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ମୃତ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥୀଙ୍କ ପରିବାରକୁ ମଧ୍ୟ ଭେଟିଛନ୍ତି ଭୁବନେଶ୍ବର ସାଂସଦ । ମୃତ ଓଡ଼ିଆ ପ୍ରଶାନ୍ତ ଶତପଥିଙ୍କ ପତ୍ନୀ ପ୍ରିୟଦର୍ଶିନୀ, ତାଙ୍କ ପୁଅ ଏବଂ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି ।

 ଏ ନେଇ ସେ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଭିଡ଼ିଓ ସେୟାର କରିଛନ୍ତି । ସେ ଲେଖିଛନ୍ତି, ଜାମ୍ମୁ କାଶ୍ମୀର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ଅକାଳ ନିଧନ ହୋଇଥିବା ନାଗରିକ ମାନଙ୍କୁ ପୁଷ୍ପାଞ୍ଜଳି ପ୍ରଦାନ କରିଛି । ଏହି ଆକ୍ରମଣରେ ନିଧନ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥିଙ୍କ ପରିବାରବର୍ଗଙ୍କ ସହ ସାକ୍ଷାତ କରି ସମବେଦନା ଜ୍ଞାପନ କରିବା ସହ ଦୁଃଖରେ ସାମିଲ ହେଲି । ମହାପ୍ରଭୁ ଜଗନ୍ନାଥ ଅମର ଆତ୍ମାକୁ ସଦଗତି ଏବଂ ପରିବାର ବର୍ଗଙ୍କୁ ଶକ୍ତି ପ୍ରଦାନ କରନ୍ତୁ ।

ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମ୍‌ରେ ପର୍ଯ୍ୟଟକଙ୍କ ଉପରେ ହୋଇଥିଲା ବଡ଼ ଆତଙ୍କୀ ହମଲା । ଆତଙ୍କବାଦୀଙ୍କ ଆକ୍ରମଣରେ ଏପର୍ଯ୍ୟନ୍ତ ୨୮ ଜଣଙ୍କର ମୃତ୍ୟୁ ହୋଇସାରିଛି । ଏହି ଆକ୍ରମଣକୁ ବିଶ୍ୱସ୍ତରରେ ତୀବ୍ର ନିନ୍ଦା କରାଯାଉଛି । ପ୍ରଧାନମନ୍ତ୍ରୀ ମୋଦୀ ସାଉଦି ଆରବରୁ ଫେରି ଦିଲ୍ଲୀ ବିମାନବନ୍ଦରରେ ବୈଦେଶିକ ମନ୍ତ୍ରୀ, ଏନଏସଏ ଏବଂ ବୈଦେଶିକ ସଚିବଙ୍କ ସହ ଏକ ବୈଠକ କରିଛନ୍ତି ।  

ସେପଟେ ପହଲଗାମ ଆତଙ୍କବାଦୀ ଆକ୍ରମଣର ତଦନ୍ତ ଜାରି ରହିଛି । ସୁରକ୍ଷା ଏଜେନ୍ସିଗୁଡ଼ିକ ପ୍ରତ୍ୟେକ୍ଷଦର୍ଶୀଙ୍କୁ ପଚରାଉଚରା କରିବା ପରେ ୩ ଜଣ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛନ୍ତି । ସେମାନେ ହେଲେ ଅସିଫ୍ ଫୌଜୀ, ଅବୁ ତଲ୍ଲା, ସୁଲେମାନ ସା । ଏମାନଙ୍କୁ ଧରିବାକୁ ଜୋରଦାର କସରତ ଜାରି ରହିଛି । ଏମାନଙ୍କ ମଧ୍ୟରେ କିଛି ସ୍ଥାନୀୟ ଆତଙ୍କବାଦୀ ଥିବା ଜଣାପଡିଛି ।

ସେପଟେ ଜମ୍ମୁ ଓ କାଶ୍ମୀର ସରକାର ପହଲଗାମ୍ ଆକ୍ରମଣରେ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୧୦ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.