ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ

Published By : Prameya | May 14, 2025 2:22 PM

ଭୁବନେଶ୍ଵର, ୧୪/୦୫ : ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା। ମେ ୨୮ରେ ଆସିବ ରାୟ। ପାଟଣାଗଡ଼ ADJ କୋର୍ଟ ରାୟ ଶୁଣାଇବେ। ଅଭିଯୁକ୍ତ ପୁଞ୍ଜିଲାଲକୁ କଣ ଦଣ୍ଡ ମିଳିବ ଏବେ ତା ଉପରେ ସମସ୍ତଙ୍କର ନଜର ରହିଛି। ପାଟଣାଗଡ଼ ପାର୍ସଲ ବୋମା ମାମଲାରେ ଆଜି ଉଭୟ ପକ୍ଷ ଓକିଲଙ୍କ ଆର୍ଗୁମେଣ୍ଟ ସରିଛି। 

ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ଓକିଲଙ୍କ କହିବା ଅନୁସାରେ ଖୁବଶୀଘ୍ର କୋର୍ଟ ନିଜର ଫଇସଲା ଶୁଣାଇବେ। ପୁଞ୍ଜିଲାଲଙ୍କୁ ଏହି ମାମଲାରେ ଫସାଇ ଦିଆଯାଇଛି। କ୍ରାଇମ୍‌ବ୍ରାଞ୍ଚ ଅନ୍ୟ ଦିଗ ଉପରେ ତଦନ୍ତ ନକରି ନିଜ କାମ ସାରିଦେଲା। ପୁଞ୍ଜିଲାଲଙ୍କ ବିରୁଦ୍ଧରେ ଯେତିକି ଅଭିଯୋଗ ଆସିନାହିଁ ଅନ୍ୟମାନଙ୍କ ଉପରେ ଅଧିକ ଅଭିଯୋଗ ଥିଲା। କିନ୍ତୁ ତଦନ୍ତ ସମୟରେ ସେମାନଙ୍କୁ ଥାନାକୁ ଡ଼କାଇ ପୁଣି ଛାଡ଼ି ଦିଆଯାଇଥିଲା। ତେଣୁ ତଦନ୍ତ ଠିକ୍ ବାଟରେ ଯାଇନଥିବା ପୁଞ୍ଜିଲାଲଙ୍କ ଓକିଲ ପ୍ରମୋଦ ମିଶ୍ର କହିଥିଲେ। ଅନ୍ୟ ପକ୍ଷରେ ପୀଡିତା ପରିବାରଙ୍କ ଓକିଲ ଚିତ୍ତରଞ୍ଜନ କାନୁନଗୋଙ୍କ କହିବା ଅନୁସାରେ, ଠିକ୍ ଭାବେ ତଦନ୍ତ ହୋଇଛି, ଯାହା ଆମେ ଉପସ୍ଥାପନ କରିଛୁ ନ୍ୟାୟ ପାଇବା ନିଶ୍ଚିତ। ସେପଟେ ମୃତ ସୌମ୍ୟଶେଖରଙ୍କ ବାପା କହିଛନ୍ତି ଯେ, କ୍ରାଇମବ୍ରାଞ୍ଚ ଠିକ୍‌ରେ ତଦନ୍ତ କରିଛି। ଆଗକୁ ଆମେ ନ୍ୟାୟ ପାଇବୁ। 

ସୁଚନା ଅନୁସାରେ, ୨୦୧୮ ଫେବୃଆରୀ ୨୩ ତାରିଖରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା। ବିସ୍ଫୋରଣରେ ନବବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଅଧ୍ୟାପକ ପୁଞ୍ଜିଲାଲ ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିଲେ। ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ମସିହା ଫେବ୍ରୁଆରୀ ୧୭ ତାରିଖରେ ହୋଇଥିଲା। ପୁଞ୍ଜି ବିବାହ ଉପହାର ଭାବେ ଏକ ଗିଫ୍ଟ ଦେଇଥିଲା । ୨୩ ତାରିଖ ଦିନ ପାର୍ସଲ୍‌ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା। ଏଥିରେ ସୌମ୍ୟଶେଖର ଓ ତାଙ୍କ ଜେଜେ ମା’ଙ୍କର ମୃତ୍ୟୁ ଘଟିଥିଲା। ନବବିବାହିତା ପତ୍ନୀ ରୀମା ସାହୁ ଗୁରୁତର ଭାବେ ଆହତ ହୋଇଥିଲେ। ଘଟଣାର ତଦନ୍ତ କରି କ୍ରାଇମ୍‌ବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫  ତାରିଖରେ ଗିରଫ କରିଥିଲା। ସେବେଠାରୁ ପୁଞ୍ଜିଲାଲ ବଲାଙ୍ଗୀର ଜିଲ୍ଲା କାରାଗାରରେ ବିଚାର ବିଭାଗୀୟ କଏଦୀ ଭାବେ ଅଛନ୍ତି। 


  




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.