ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜାଡେଜା-ଦୁବେଙ୍କ ଦମଦାର ଅର୍ଦ୍ଧଶତକ; ମୁମ୍ବାଇକୁ ୧୭୭ ରନ୍‌ର ଟାର୍ଗେଟ ଦେଲା ଚେନ୍ନାଇ

Published By : Soubhagya Ranjan | April 20, 2025 9:30 PM

Image source: Cricbuzz

ମୁମ୍ବାଇ,୨୦/୦୪: ଆଇପିଏଲର ୩୮ ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ୧୭୭ ରନ୍‌ର ଟାର୍ଗେଟ ଦେଇଛି। ୱାଙ୍ଖେଡେ ଷ୍ଟାଡିୟମରେ ମୁମ୍ବାଇ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ତେବେ ନିର୍ଦ୍ଧାରିତ ୨୦ ଓଭରରେ ଚେନ୍ନାଇ ୫ ୱିକେଟ୍ ହରାଇ ୧୭୬ ରନ୍ ସଂଗ୍ରହ କରିଛି। ଦଳ ପକ୍ଷରୁ ଶିବମ୍ ଦୁବେ ଏବଂ ରବିନ୍ଦ୍ର ଜାଡେଜା ଉଭୟ ଅର୍ଦ୍ଧଶତକ ହାସଲ କରିଥିଲେ। କ୍ୟାପଟେନ ଏମଏସ ଧୋନି ମାତ୍ର ୪ ରନ୍ ସ୍କୋର କରି ପାଭିଲିୟନ ଫେରିଥିଲେ। ଦଳ ପକ୍ଷରୁ ଅନ୍ୟମାନଙ୍କ ମଧ୍ୟରେ ସାଇକ ରଶିଦ ୧୯, ଆୟୁଷ ମାଥ୍ରେ ୩୨ ରନ୍‌ କରିଥିବା ବେଳେ ଅନ୍ୟ କେହି ଦୁଇ ଅଙ୍କ ଛୁଇଁପାରିନଥିଲେ।

ମୁମ୍ବାଇର ବୋଲିଂ କଥା ଯଦି ଦେଖାଯାଏ, ତେବେ ଜସପ୍ରୀତ ବୁମ୍ରା ୨ ୱିକେଟ୍ ନେଇଥିବା ବେଳେ ଦିପକ ଚହର, ଅଶ୍ବାନୀ କୁମାର ଓ ମିଚେଲ ସାଣ୍ଟନର ଗୋଟିଏ ଲେଖାଏଁ ସଫଳତା ପାଇଥିଲେ। ଏବେ ଚେନ୍ନାଇ ଦେଇ‌ଥିବା ୧୭୭ ରନ୍‌ର ବିଜୟଲକ୍ଷ୍ୟକୁ ହାସଲ କରିବାକୁ ମଇଦାନକୁ ଓହ୍ଲାଇବ ମୁମ୍ବାଇ ଇଣ୍ଡିଆନ୍ସ। 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.