ପ୍ରମୂଖ ଖବର
  • ବୃକ୍ଷରୋପଣରେ ମହାଦୁର୍ନୀତି କରି ଲରମ୍ଭା ସେକ୍ସନ ଫରେଷ୍ଟର ପ୍ରିୟବ୍ରତ ନାଏକ ନିଲମ୍ବିତ
  • ||
  • ଫୁଲବାଣୀ : ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଫୁଲବାଣୀ : ବେକରେ ଗାମୁଛା ଦେଇ ୮୩ ବର୍ଷୀୟ ବୃଦ୍ଧଙ୍କ ଆତ୍ମହତ୍ୟା
  • ||
  • ସମ୍ବଲପୁର ରେଜିଷ୍ଟ୍ରି ଅଫିସ୍‌ରେ ଅଚାନକ ପହଞ୍ଚିଲେ ରାଜସ୍ବ ମନ୍ତ୍ରୀ, ଅଧିକାରୀଙ୍କୁ କଲେ ତାଗିଦ୍
  • ||
  • ଭଦ୍ରକ : ଓଲଗରେ ପାଞ୍ଚଶହ ବର୍ଷର ପୁରାତନ ପରମ୍ପରା ଲାଖବିନ୍ଧା ଅନୁଷ୍ଠିତ, ଶହଶହ ଲୋକଙ୍କ ଭିଡ଼
  • ||
  • ଭୋଗରାଇ : ୬ ଦଫା ଦାବି ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭରଙ୍କ ଆନ୍ଦୋଳନ, ବସ୍ ଚଳାଚଳ ଠପ
  • ||
  • ଉଦଳା : ସିସିଟିଭିରେ ଶାଢ଼ୀ ଢାଙ୍କି ଲୁଟ୍‌, ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ବିଣିକା : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌, ୨ ମୃତ
  • ||
  • ଭୁବନେଶ୍ୱରରେ ଭସାଣି ପାଇଁ ଟ୍ରାଫିକ କଟକଣା, ବାଣୀବିହାରରୁ ରାଜମହଲ ପର୍ଯ୍ୟନ୍ତ ରାସ୍ତା ସିଲ୍‌
  • ||
  • ଚୌଦ୍ୱାର : ସିରିଜ୍ ଚୋରି ଘଟଣାର ପର୍ଦ୍ଦାଫାସ, ୩ ଗିରଫ
  • ||
  • ସାଲେପୁର : କେନାଲରେ ବୁଡି ବୃଦ୍ଧ ମୃତ, ପୋଲିସର ତଦନ୍ତ ଜାରି
  • ||
  • ସରିଲା ଦୁର୍ଗାପୂଜା; ଆଜି ମା' ନେବେ ମାଲାଣି, ଭସାଣି ପାଇଁ ପ୍ରଶାସନର ବ୍ୟାପକ ପ୍ରସ୍ତୁତି
  • ||
  • କଟକରେ ଭସାଣି ଉପଲକ୍ଷେ ଟ୍ରାଫିକ କଟକଣା ଲାଗୁ, ପ୍ରେସ୍ ରିଲିଜ ଜରିଆରେ ସୂଚନା
  • ||
  • କାମାକ୍ଷାନଗର : ଡିଭାଇଡରରେ ପିଟିହୋଇ ଓଲଟିଲା ଗାଡି; ଜଣେ ଗୁରୁତର, ୩ଆହତ
  • ||

ଲଗାଣ ବର୍ଷାରେ ବେହାଲ ମୁମ୍ବାଇ, ସ୍କୁଲ-କଲେଜ ଛୁଟି

ନୂଆଦିଲ୍ଲୀ,୨୬/୦୯:  ଲଗାଣ ବର୍ଷାରେ ବେହାଲ ମୁମ୍ବାଇ। ଫଳରେ କିଛି କିଛି ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣିଥିବାରୁ  ଯାତାୟତ ବାଧାପ୍ରାପ୍ତ ହୋଇଛି। ସେପଟେ ମୁକୁଳା ଡ୍ରେନ୍‌ରେ ବୁଡି ଯାଇ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୪ରୁ ଅଧିକ ବିମାନ ଉଡାଣକୁ ଡାଇଭର୍ଟ କରାଯାଇଛି। ତେବେ ୧୦୦ ମିମିରୁ ଅଧିକ ବର୍ଷା ହୋଇଥିବା  ହୋଇଛି ରେକର୍ଡ।

ସେପଟେ ପ୍ରବଳ ବର୍ଷା ଯୋଗୁ ମୁମ୍ୱବାଇ ବାଇପାସ୍‌ ରୋଡ୍‌ରେ ଭୂସ୍ଖଳନ ହୋଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡି ଅଟକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ରାସ୍ତାରୁ ମାଟି ଅତଡା ହଟାଇବା କାମ ଜାରି ରହିଛି।ନେହୁର ନଗର ଭଳି କିଛି କିଛି ସ୍ଥାନରେ ଲୋକଙ୍କ ଘରେ ମଧ୍ୟ ପାଣି ପଶିଥିବା ଦେଖିବାକୁ ମିଳିଛି। ଭୀଷଣ ବର୍ଷା ନେଇ ମୁମ୍ବାଇ, ଥାଣେ, କୋଙ୍କଣ ଏବଂ ନାଶିକକୁ ରେଡ୍ ଆଲର୍ଟ ଜାରି କରିଛି ଆଇଏମଡି। ତେଣୁ ସ୍ଥିତି ଆଗକୁ ଆହୁରି ବିଗିଡିବା ନେଇ ଆଶଙ୍କା କରାଯାଉଛି।

ଅନ୍ୟପଟେ ମୁମ୍ବାଇରେ ପ୍ରବଳ ବର୍ଷା ହେତୁ ଶିକ୍ଷା ମନ୍ତ୍ରୀ ଛୁଟି ଘୋଷଣା କରିଛନ୍ତି। ବିଏମସି ଏକ ନିର୍ଦ୍ଦେଶ ଜାରି କରି କହିଛି ଯେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଏମସି ଅଧୀନରେ ଥିବା ସମସ୍ତ ସ୍କୁଲ ଏବଂ କଲେଜ ଗୁରୁବାର ଦିନ ବନ୍ଦ ରହିବ। ସେହିପରି ମୁମ୍ବାଇ ପୁଲିସ ମାୟାନଗରୀ ବାସିନ୍ଦାଙ୍କୁ କେବଳ ଆବଶ୍ୟକ ସମୟରେ ଘରୁ ବାହାରକୁ ଯିବାକୁ ଅନୁରୋଧ କରିଛି। ଦୟାକରି ସୁରକ୍ଷିତ ରୁହନ୍ତୁ। କୌଣସି ଜରୁରୀକାଳୀନ ପରିସ୍ଥିତିରେ ୧୦୦ ଡାଏଲ୍ କରନ୍ତୁ ପୁଲିସ ନିଜ ଟ୍ୱିଟ୍‌ କରି ଜଣାଇଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.