ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ

Published By : Harapriya Sethi | December 21, 2024 10:22 AM

ଚାନ୍ଦବାଲି,୨୧/୧୨: ବିବାହକୁ ପୁରିନି ୫ ମାସ । ଯୌତୁକ ଜୁଇରେ ଜଳିଲା ବୋହୂ । କେନ୍ଦ୍ରାପଡ଼ା ଜିଲ୍ଲା ହଟିଆପଡା ଗାଁର ବୁଦ୍ଧଦେବ ସାହୁଙ୍କ ଝିଅ ଅନୁସୟା ସାହୁଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ପାଇଁ ହତ୍ୟା କରିଥିବା ନେଇ ଅଭିଯୋଗ କରିଛନ୍ତି ବାପଘର ଲୋକ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ଅନ୍ତର୍ଗତ କୃଷ୍ଣପୁର ୨ନମ୍ବର ୱାର୍ଡରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ହଟିଆପଡା ଗାଁର ବୁଦ୍ଧଦେବ ସାହୁଙ୍କ ଝିଅ ଅନୁସୟା ସାହୁ ଚଳିତ ବର୍ଷ ଚାନ୍ଦବାଲି ଏନଏସି କୃଷ୍ଣପୁର ୱାର୍ଡର ଲକ୍ଷ୍ମୀଧର ବେହେରାଙ୍କ ପୁଅ ଚିତ୍ତରଞ୍ଜନ ବେହେରାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ । ବିବାହର ଆଠ ଦିନ ପରେ ଯୌତୁକ ପାଇଁ ଝିଅ ଅନୁସୟାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିଲେ । ଶେଷରେ ଜୀବନରୁ ମାରି ଦେଇଛନ୍ତି ବୋଲି ଚାନ୍ଦବାଲି ଥାନାରେ ଅଭିଯୋଗ କରିଛନ୍ତି ମୃତକଙ୍କ ମା ସୁକାନ୍ତି ସାହୁ । ମୃତ ମହିଳାଙ୍କ ମାଆ ଥାନାରେ ନିଜ ଜ୍ୱାଇଁଙ୍କ ସମେତ ଅନ୍ୟ ଚାରି ଜଣଙ୍କ ନାମରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.