ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଘର ମୁରବୀଙ୍କୁ ମାରି ପୋତିଦେଲେ ସ୍ତ୍ରୀ, ପୁଅ ଓ ଜ୍ୱାଇଁ: ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମାଟି ତଳୁ ବାହାରିଲା ଶବ

Published By : Harapriya Sethi | February 9, 2025 2:30 PM

ଭୁବନେଶ୍ୱର, ୦୯/୦୨: ମୁନୁଗାପଦର ଗାଁରେ ଅଭାବନୀୟ ଘଟଣା । ଘର ମୁରବୀଙ୍କୁ ମାରି ପୋତିଦେଲେ ସ୍ତ୍ରୀ, ପୁଅ ଏବଂ ଜ୍ୱାଇଁ । ମୃତକ ମୁନୁଗାପଦର ଗାଁର ଯଦୁ ଦଳପତି ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗାପଦର ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁାତାବକ, ମୁନୁଗାପଦର ଗାଁର ଯଦୁ ଦଳପତିଙ୍କୁ ତାଙ୍କ ସ୍ତ୍ରୀ ରୁକ୍ମଣୀ ଦଳପତି, ଦୁଇ ପୁଅ ଧନେଶ୍ୱର ଦଳପତି ଓ ଫକୀର ଦଳପତି, ଜ୍ୱାଇଁ କ୍ଷୀରସିନ୍ଧୁ ନାଗ ହତ୍ୟା କରି ଘର ବାରିରେ ପୋତି ଦେଇଥିଲେ । ଯାହା ସଂପର୍କରେ ଖବର ପାଇ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ତେବେ ଯଦୁ ଦଳପତିଙ୍କ ମୃତ୍ୟୁର ସଠିକ କାରଣ ଜଣାପଡିନଥିବା ବେଳେ ସ୍ତ୍ରୀ ରୁକ୍ମଣୀ ଦଳପତି, ସାନ ପୁଅ ଫକୀର ଦଳପତି ଓ ଜ୍ୱାଇଁ କ୍ଷୀରସିନ୍ଧୁ ନାଗକୁ ଥାନାକୁ ଆଣି ଅଟକ ରଖିଛି ପୋଲିସ । ହତ୍ୟା ସଂପର୍କରେ ଅଧିକ ତଥ୍ୟ ଲାଗି ପୋଲିସ ସମସ୍ତଙ୍କୁ ଜେରା ମଧ୍ୟ କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.