ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଜଟଣୀରେ ଚାଞ୍ଚଲ୍ୟ, ଯୁବକଙ୍କୁ ବିଚ୍‌ ରାସ୍ତାରେ ହାଣିଦେଲେ ଦୁର୍ବୃତ୍ତ

Published By : Harapriya Sethi | April 4, 2025 8:25 AM

ଭୁବନେଶ୍ୱର,୦୪/୦୪:ଜଟଣୀରେ ଗଡ଼ିଲା ମୁଣ୍ଡ । ବିଚ୍‌ ରାସ୍ତାରେ ସଙ୍ଘବଦ୍ଧ ଭାବେ ଯୁବକଙ୍କୁ ଆକ୍ରମଣ କଲେ ଦୁର୍ବୃତ୍ତ । ଧାରୁଆ ଅସ୍ତ୍ରରେ ହାଣିଦେଲେ ମୁଣ୍ଡ । ମୃତକ ହେଲେ ଜଟଣୀ ବିକାଶ ନଗର ଅଞ୍ଚଳର ମାନସ ଦଳେଇ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ଏଭଳି ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଗୁରୁବାର ରାତି ଅଧରେ ଜଟଣୀ ବିକାଶ ନଗର ଅଞ୍ଚଳର ମାନସ ଦଳେଇଙ୍କୁ କିଛି ଦୁର୍ବୃତ୍ତ ସଙ୍ଘବଦ୍ଧ ଭାବେ ବିଚ୍‌ ରାସ୍ତାରେ ଆକ୍ରମଣ କରିଥିଲେ । ଏକ ଧାରୁ ଅସ୍ତ୍ରରେ ଆକ୍ରମଣ କରି ଯୁବକଙ୍କ ମୁଣ୍ଡକୁ ହାଣି ଦେଇଥିଲେ । ଯୁବକ ଜଣକ ଘଟଣା ସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଏନେଇ ଖବର ପାଇବା ପରେ ଜଟଣୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି । ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଏମ୍ସ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ। ତେବେ ଏହି ହତ୍ୟାକାଣ୍ଡ ପଛର କାରଣ କଣ ଏବଂ କେଉଁମାନେ ଏଭଳି କାଣ୍ଡ କରିଛନ୍ତି, ତାହା ଜାଣିବା ପାଇଁ ସମସ୍ତ ଦିଗରୁ ତଦନ୍ତ କରୁଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.