ପ୍ରମୂଖ ଖବର
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

ଖଲ୍ଲିକୋଟରେ ଗଡ଼ିଲା ମୁଣ୍ଡ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ଅଭିଯୋଗ

Published By : Anindita Ratha | August 13, 2025 12:15 PM

ଖଲ୍ଲିକୋଟ,୧୩/୦୮: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ତଥା ରମ୍ଭା ଥାନା ଅନ୍ତର୍ଗତ ଏଚ.ବାହାଡାପଲ୍ଲୀ ଛକରେ ଘଟିଛି ଏହି ଘଟଣା। ମୃତ ବ୍ୟକ୍ତି ଜଣକ ଆର. ବାହାଡାପଲ୍ଲୀ ଗ୍ରାମ ର ଅଭିମନ୍ୟୁ ପ୍ରଧାନ ବୋଲି ଜଣାପଡ଼ିଛି। 

ସୂଚନା ମୁତାବକ, ଆଜି ସକାଳ ୮ ଟାରେ ଆର. ବାହାଡାପଲ୍ଲୀ ଗ୍ରାମର ଅଭିମନ୍ୟୁ ପ୍ରଧାନ ବାଇକ ଯୋଗେ ପରିବା ଆଣିବାକୁ ଯାଇଥିଲେ । ସେହି ସମୟରେ ଏଚ. ବାହାଡାପଲ୍ଲୀ ଛକରେ କିଛି ଯୁବକ ତାଙ୍କ ଉପରେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଧାରୁଆ ଅସ୍ତ୍ରରେ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିବାରୁ ଅଭିମନ୍ୟୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।  ଖବରପାଇ ରମ୍ଭା ଥାନା ଅଧିକାରୀ କୁମାର ମୁଦୁଲି, ଛତ୍ରପୁର ଏସଡିପିଓ ଚନ୍ଦନ ଘଡେଇ ଅନ୍ୟାନ୍ୟ ପୁଲିସ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏଥିସହ ପୂର୍ଵ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ କହିଛି। 

ପ୍ରକାଶ ଥାଉକି, ଗତ ୨ ତାରିଖ ରାତିରେ ସେହି ଆର. ବାହାଡାପଲ୍ଲୀ ଗ୍ରାମର ବି. ମନୁ ପ୍ରଧାନଙ୍କୁ ରମ୍ଭା ରେଳ ଷ୍ଟେସନ ନିକଟରେ ସଂଘବଦ୍ଧ ଭାବେ ଆକ୍ରମଣ କରି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ମନୁ ଗ୍ରାମରେ ଏକ ରାସନ ସାମଗ୍ରୀ ଦୋକାନ କରିଥିଲେ। ସେହି ଘଟଣାରେ ପୁଲିସ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ପରେ ୨ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ ପଠାଇଥିଲା। ଆଜି ହତ୍ୟାର ଶିକାର ହୋଇଥିବା ଅଭିମନ୍ୟୁ ପ୍ରଧାନ ଗିରଫ ହୋଇଥିବା ୨ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କ ଭାଇ ବୋଲି ଜଣାପଡ଼ିଛି। ତେଣୁ ପୂର୍ଵ ହତ୍ୟାକାଣ୍ଡ ସହ ଆଜିର ହତ୍ୟା ଘଟଣାର ଲିଙ୍କ ରହିଥିବା ପୁଲିସ ସନ୍ଦେହ କରୁଛି। ମୃତ ଅଭିମନ୍ୟୁଙ୍କ ମୃତଦେହ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଥିବା ସୂଚନା ମିଳିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.