ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ନାଳରୁ ମିଳିଲା ପୂର୍ବତନ ସରପଞ୍ଚଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

Published By : Harapriya Sethi | November 13, 2024 9:38 AM

ଭଦ୍ରକ,୧୩/୧୧: ଅଷ୍ଟପ୍ରହରୀରୁ ଫେରିବା ବେଳେ ବିଜେଡି ନେତାଙ୍କୁ ହତ୍ୟା । ପୂର୍ବତନ ସରପଞ୍ଚ ତଥା ସମବାୟ ସେବା ସମିତିର ସଭାପତି ଚିତ୍ତ ରଞ୍ଜନ ରାଉତଙ୍କୁ ହତ୍ୟା ହୋଇଥିବା ଅଭିଯୋଗ କରିଲେ ପରିବାର ଲୋକେ । ନାଳରୁ ଚିତ୍ତ ରଞ୍ଜନଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିବା ବେଳେ ତାଙ୍କ ମୁଣ୍ଡର ପଛ ପଟେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ଧ ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଚିତ୍ତ ରଞ୍ଜନ ରାଉତ ମଙ୍ଗଳବାର ଗାଁର ଏକ ଅଷ୍ଟପ୍ରହରୀକୁ ଯାଇଥିଲେ । ସେଠାକୁ ଯାଇ ଘରକୁ ଫେରି ନଥିଲେ । ଘରକୁ ନଫେରିବାରୁ ତାଙ୍କ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ । ହେଲେ ତାଙ୍କର କୌଣସି ପତ୍ତା ମିଳିନଥିଲା । ତେବେ ବୁଧବାର ସକାଳୁ ଘର ପାଖ ଏକ ନାଳରେ ଚିତ୍ତ ରଞ୍ଜନଙ୍କ ରକ୍ତାକ୍ତ ମୃତଦେହ ଦେଖିବାକୁ ପାଇଥିଲେ ଗାଁ ଲୋକେ । ଏହା ଦେଖି ତୁରନ୍ତ ତାଙ୍କ ପରିବାର ଲୋକ ଏବଂ ପୋଲିସଙ୍କୁ ଖବର ଦେଇଥିଲେ । ଖବର ପାଇ ଉଭୟ ଘଟଣାସ୍ଥଳରେ ପହଞ୍ଚିଥିଲେ । ପୋଲିସ ଚିତ୍ତ ରଞ୍ଜନଙ୍କ ମୃତଦେହକୁ ନାଳରୁ ଉଦ୍ଧାର କରିଥିବା ବେଳେ ମୁଣ୍ଡର ପଛ ପଟେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି । ତେଣୁ ଏନେଇ ମୃତକଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ କରି ତଦନ୍ତ ପାଇଁ ଦାବି କରିଛନ୍ତି । ଚିତ୍ତ ରଞ୍ଜନଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଉକ୍ତ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ ଚଳାଇଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.