ପ୍ରମୂଖ ଖବର
  • ଠାକୁରମୁଣ୍ଡା ଚମ୍ପାଝର ଗ୍ରାମରେ ସ୍ତ୍ରୀକୁ ପିଟି ପିଟି ହତ୍ୟା , ସ୍ୱାମୀ ଅଟକ
  • ||
  • ଉମରକୋଟ : ଖେଳୁଥିବା ବେଳେ ପାଣି କୁଣ୍ଡରେ ପଡି ଶିଶୁପୁତ୍ର ମୃତ
  • ||
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

INS ଚିଲିକାର ଭାରତୀୟ ନୌସେନା ବ୍ୟାଣ୍ଡ ପକ୍ଷରୁ ଦେଶାତ୍ମବୋଧକ ସଙ୍ଗୀତ କାର୍ଯ୍ୟକ୍ରମ

Published By : Suraj Kumar | August 12, 2025 11:13 PM

ଭୁବନେଶ୍ବର,୧୨।୮ ସ୍ୱାଧୀନତା ଦିବସ ପୂର୍ବରୁ ଏବଂ ଅପରେସନ ସିନ୍ଦୂରର ସଫଳତାର ପାଳନ ଅବସରରେ INS ଚିଲିକାର ଭାରତୀୟ ନୌସେନା ବ୍ୟାଣ୍ଡ ପକ୍ଷରୁ ଭୁବନେଶ୍ୱରରସ୍ଥିତ ଏକ ଘରୋଇ କ୍ୟାମ୍ପସ ଅଡିଟୋରିୟମରେ ଦେଶାତ୍ମବୋଧକ ସଙ୍ଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ   ଦେଶର ସୀମା ଏବଂ ସାମୁଦ୍ରିକ ସୀମାକୁ ସୁରକ୍ଷା ଦେବା ପାଇଁ ଭାରତୀୟ ସଶସ୍ତ୍ର ବାହିନୀର ସାହସ, ଅଟଳ, ପ୍ରତିବଦ୍ଧତା ଏବଂ ବୀରତ୍ୱକୁ ସମ୍ମାନିତ କରାଯାଇଥିଲା

ଏଥିରେ  ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ରାଜ୍ୟର ବିଶିଷ୍ଟ ବ୍ୟକ୍ତି, ପୂର୍ବତନ ସୈନିକ ଏବଂ ପରିବାରବର୍ଗ, ଏନସିସି କ୍ୟାଡେଟ୍, ସ୍କୁଲ ଏବଂ କଲେଜ ଛାତ୍ରଛାତ୍ରୀମାନେ ଏଥିରେ ସାମିଲ ଥିଲେ। ସଙ୍ଗୀତ ପରିବେଷଣ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ଏହି ଦେଶାତ୍ମବୋଧ ସଙ୍ଗୀତ କାର୍ଯ୍ୟକ୍ରମ ଦେଶ ସେବାରେ ଅଗଣିତ ବୀରମାନଙ୍କ ବଳିଦାନ ପାଇଁ ଏକତା, ଗର୍ବ ଏବଂ କୃତଜ୍ଞତାର ଗଭୀର ଭାବନା ଜାଗ୍ରତ କରିଥିଲା। ମୁଖ୍ୟ ଅତିଥିଙ୍କ ଦ୍ୱାରା ନୌସେନା ବ୍ୟାଣ୍ଡକୁ ସମ୍ବର୍ଦ୍ଧିତ କରାଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.