ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି-୯୬ ପୋଲ, ଯାତାୟାତ ଠପ୍

Published By : Rasmita Pradhan | August 16, 2025 9:03 AM

କାଲିମେଳା, ୧୬/୦୮ : ଲଘୁଚାପ ଜନିତ ଲଗାଣ ବର୍ଷାରେ ବୁଡ଼ିଲା ୩୨୬ ନମ୍ବର ଜାତୀୟ ରାଜପଥ ଏମ୍‌ଭି ୯୬ ପୋଲ। ଶନିବାର ଭୋର ୪ଟାରୁ ପୋଲ ଉପରେ ପାଖାପାଖି ୨ ରୁ ୩ ଫୁ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ମାଲକାନଗିରି ଜିଲ୍ଲା କାଲିମେଳାରୁ ଏମ୍‌ଭି ୯୬କୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। 

ସୂଚନାନୁଯାୟୀ, ଲଗାଣ ବର୍ଷା ଯୋଗୁଁ କାଲିମେଳା ବ୍ଲକ ଏମଭି ୯୬ ଗ୍ରାମ ନିକଟ ପୋଲ ଉପରେ ୨ ରୁ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି। ଯାହା ଫଳରେ ୩୨୬ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଉଭୟ ପାର୍ଶ୍ଵରେ ଯାତ୍ରୀବାହୀ ବସ୍ ଠାରୁ ଆରମ୍ଭ କରି ମାଲବାହୀ ଟ୍ରକ୍ ଓ ଅନ୍ୟାନ୍ୟ ଗାଡି ଅଟକି ରହିଛି। ଏମଭି ୭୯ ଥାନା ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡିଙ୍କ ନେତୃତ୍ୱରେ ପୁଲିସ ସୁରକ୍ଷା ଯୋଗାଇ ଦିଆଯାଇଛି। କାଲିମେଳା ଅଞ୍ଚଳରେ ଅଧିକ ବର୍ଷା ହେଉ ନଥିଲେ ମଧ୍ୟ ଉପର ମୁଣ୍ଡରେ ବର୍ଷା ଯୋଗୁଁ ପାଣି ବଢୁଥିବା ଜଣାପଡ଼ିଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.