ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭୋଟରମାନଙ୍କ ପାଇଁ ଆରମ୍ଭ ହେଲା ‘ମୋ ବୁଥ୍‌ ଆପ୍‌’, ବୁଥ୍‌ର ନାମ ଏବଂ ଅବସ୍ଥିତି ସଂପର୍କରେ ସଠିକ୍‌ ତଥ୍ୟ ପାଇବେ ମତଦାତା

ଭୁବନେଶ୍ଵର, ୧୫/୦୫ : ଖୋର୍ଦ୍ଧା ଜିଲ୍ଲାରେ ମତଦାନ ହାର ବଢାଇବାକୁ ମୋ ବୁଥ୍ ଆପ୍‌ର ପ୍ରଚଳନ କଲେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ। ବିଶେଷ କରି ଭୁବନେଶ୍ଵର ଭୋଟରଙ୍କ ପାଇଁ ଏହି ଆପ୍ ପ୍ରଚଳନ କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏହି ଆପ୍‌କୁ ଉନ୍ମୋଚନ କରିଛନ୍ତି। ଏହି ଆପ୍‌ ମାଧ୍ୟମରେ ମତଦାତାମାନେ ବୁଥ୍‌ର ନାମ ଏବଂ ଏହାର ଅବସ୍ଥିତି ସଂପର୍କରେ ସଠିକ୍‌ ତଥ୍ୟ ପାଇପାରିବେ। ଏହା ସହ ମତଦାନ କେନ୍ଦ୍ରରେ ସେହି ସମୟ ମଧ୍ୟରେ ମତଦାନ ନିମନ୍ତେ କେତେ ଜଣ ମତଦାତା ଉପସ୍ଥିତ ଅଛନ୍ତି ତାହା ଜାଣିପାରିବେ। 

‘ମୋ ବୁଥ୍‌ ଆପ୍‌’ରେ ବୁଥ୍‌ସ୍ତରୀୟ ଅଧିକାରୀମାନେ ମତଦାନ କେନ୍ଦ୍ରରେ ସେହି ସମୟ ମଧ୍ୟରେ କେତେଜଣ ଭୋଟର ଉପସ୍ଥିତ ଅଛନ୍ତି ଏହା ସଂପର୍କରେ ତଥ୍ୟ ଦେବେ। ଯାହା ଉଭୟ ଭୋଟର ଏବଂ ଅଧିକାରୀମାନଙ୍କ ନିମନ୍ତେ ଉପଲବ୍ଧ ରହିବ। ସେହିପରି ଏହି ଆପ୍‌ ମାଧ୍ୟମରେ ସେକ୍ଟର ଅଧିକାରୀମାନେ କେନ୍ଦ୍ରରେ ପୋଲିଂ ପାର୍ଟି ପହଞ୍ଚିବାର ସୂଚନା, ମକ୍‌ ପୋଲ୍‌ ଏବଂ ମତଦାନର ସଦ୍ୟତନ ସ୍ଥିତି, ମତଦାନ ପ୍ରକ୍ରିୟା ଶେଷ ଏବଂ ବୁଥ୍‌ରୁ ପୋଲିଂ ପାର୍ଟିର ପ୍ରସ୍ଥାନ ବିଷୟରେ ସୂଚନା ଦେବେ। ଯାହା ଦ୍ୱାରା ସଂପୃକ୍ତ ଅଧିକାରୀମାନଙ୍କୁ ତ୍ୱରିତ ପଦକ୍ଷେପ ନେବାରେ ସହାୟକ ହେବ। 

ଏତଦ୍‌ବ୍ୟତୀତ ସେକ୍ଟର ଅଧିକାରୀମାନେ ଆଇନଶୃଙ୍ଖଳା, ବିଧାନସଭା ଓ ସଂସଦୀୟ କ୍ଷେତ୍ରର ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଏହି ଆପ୍‌ରେ ଉପଲବ୍ଧ କରାଇପାରିବେ। ଏଥିସହ ଉଭୟ ଜିଲ୍ଲାସ୍ତରୀୟ ଏବଂ ସେକ୍ଟର ଅଧିକାରୀମାନଙ୍କ ନିମନ୍ତେ ଏକ ସେଣ୍ଟ୍ରାଲ୍‌ ଡ୍ୟାସ୍‌ବୋର୍ଡ ଉପଲବ୍ଧ ରହିବ। ଯାହା ଦ୍ୱାରା ବିଭିନ୍ନ ତଥ୍ୟ ଗ୍ରହଣ ସହ ସମୀକ୍ଷା କରାଯାଇପାରିବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.