ଅବର୍ତ୍ତମାନରେ ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ଵର, ୩୦/୦୧ : ଅବର୍ତ୍ତମାନରେ ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସ। ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ଦାସଙ୍କ ସରକାରୀ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମରଶରୀରରେ ପୁଷ୍ପଗୁଚ୍ଛ ଦେଇ ଶେଷ ଦର୍ଶନ କରିଛନ୍ତି। ଏହା ସହ ଘର ଭିତରକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି।
ନବ ଦାସଙ୍କୁ ଗାର୍ଡ ଅଫ ଅନର ଦିଆଯାଉଛି। ଏହା ପରେ ତାଙ୍କୁ ଦଳୀୟ କାର୍ଯ୍ୟାଳୟକୁ ନିଆଯିବ। ଏଥିପାଇଁ ପ୍ରସ୍ତୁତି ଚାଲିଛି। ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ। ଏହାପରେ ଝାରସୁଗୁଡ଼ା ଅଭିମୁଖେ ନିଜ ଜନ୍ମମାଟିକୁ ଅନ୍ତିମ ଯାତ୍ରାରେ ବାହାରିବେ ନବ।
ଜନ୍ମମାଟି ଝାରସୁଗୁଡାରେ ହେବ ନବ ଦାସଙ୍କ ଅନ୍ତିମ ସଂସ୍କାର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ ସମ୍ପନ୍ନ