PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ବିଧାୟକ ପଦରୁ ଇସ୍ତଫା ଦେଲେ ନବ ଦାସ

ଭୁବନେଶ୍ବର,୨୮ା୧: ବିଧାୟକ ପଦରୁ ବିଧିବଦ୍ଧ ଭାବେ ଇସ୍ତଫା ଦେଇଛନ୍ତି ଝାରସୁଗୁଡ଼ା ବିଧାୟକ ନବ ଦାସ। ସୋମବାର ସେ ବିଧାନସଭାର ବାଚସ୍ପତି ପ୍ରଦୀପ ଅମାତଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ାର କଂଗ୍ରେସ ବିଧାୟକ ନବ ଦାସ ଜାନୁଆରି ୧୬ରେ ଦଳରୁ ଇସ୍ତଫା ଦେଇ ଗତ ୨୪ରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ। ବିଜେଡିରେ ମିଶିବା ପରେ ନବ ଦାସ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ପଶ୍ଚିମ ଓଡିଶାରେ ବିକାଶ କରିବେ |ଝାରସୁଗୁଡା ଜିଲ୍ଲାରେ ଡବଲ ମେନ ରୋଡ଼ ନିର୍ମାଣ କରିବେ ଜ୍ଝ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରି କହିଥିଲେ ଯେ, ସାଧାରଣ ନିର୍ବାଚନ ପୂର୍ବରୁ ହେଉଥିବା ସମସ୍ତ ଜନସମାବେଶରେ ଲୋକେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରୁଛନ୍ତି । ଆସନ୍ତା ଦିନରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳର ଜୟଗାନ ଆରମ୍ଭ ହୋଇଛି ବୋଲି ସେ କହିଥିଲେ | ମୁଖ୍ୟମନ୍ତ୍ରୀଙ୍କ ଆଗରେ ନୂତନ ଝାରସୁଗୁଡା ନିର୍ମାଣ, ମେଡିକାଲ କଲେଜ, ଝାରସୁଗୁଡା ସହରରେ ଏମ୍ସ ନିର୍ମାଣ ଏବଂ ଝାରସୁଗୁଡାକୁ କମର୍ସିୟାଲ ସିଟି ଅଫ୍ ଓଡିଶାର ମାନ୍ୟତା ଦାବି କରିଥିଲେ ନବ ଦାସ |