ପ୍ରମୂଖ ଖବର
  • ଗଲୱାନର ଚାରବାଗ ଅଞ୍ଚଳରେ ସେନା ଗାଡ଼ି ଉପରେ ଖସିଲା ପଥର; ୨ ଅଧିକାରୀ ସହିଦ, ୩ ଗୁରୁତର
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ୬ ଜଣ ଗିରଫ
  • ||
  • ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର
  • ||
  • ନଦୀରେ ଖସିଲା ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କନ୍ଧମାଳ : ସାପ କାମୁଡ଼ାରେ ଚାଲିଗଲା ୨ ଜଣଙ୍କ ଜୀବନ
  • ||
  • ଇସ୍ରୋ-ନାସାର ମିଶନ୍ 'ନିସାର'; ଅପରାହ୍ନ ୫ଟା ୪୦ରେ ଶ୍ରୀହରିକୋଟ୍ଟାରୁ ଲଞ୍ଚ, ୧୨ ଦିନରେ ପୃଥିବୀକୁ କରିବ ସ୍କାନ
  • ||
  • ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ବଢ଼ିଲା ଚିନ୍ତା, ଚିଲିକା ଓ ନନ୍ଦନକାନନକୁ ସତର୍କତା ଜାରି
  • ||
  • ଆହୁରି କଲବଲ କରିବ ବର୍ଷା, ଆଜି ୧୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ
  • ||
  • ଶୁକ୍ରବାର ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ବନ୍ଦ ରହିବ ଜଳ ଯୋଗାଣ,ଆଗୁଆ ସଂରକ୍ଷିତ କରି ରଖନ୍ତୁ ପାଣି
  • ||
  • ଜମ୍ମୁ-କାଶ୍ମୀର ପୁଞ୍ଚରେ ଏନ୍‌କାଉଣ୍ଟର, ୨ ଆତଙ୍କୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • 'ନିସାର' କାଉଣ୍ଟଡାଉନ୍‌, ଇସ୍ରୋ-ନାସାର ମିଳିତ ମହାମିଶନ୍, ଅପରାହ୍ନ ୫ଟା୪୦ର ଲଞ୍ଚ ହେବ ମହଙ୍ଗା ସାଟେଲାଇଟ୍‌ ନିସାର
  • ||
  • ଭୂକମ୍ପ ଝଟକାରେ ଥରିଲା ଋଷ, ୮.୭ ତୀବ୍ରତା ରେକର୍ଡ, ଜାପାନରୁ ଆମେରିକା ଯାଏ ପ୍ରଭାବ, ସୁନାମୀ ଆଲର୍ଟ
  • ||
  • ଗାଜାରେ ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ, ୬୨ ମୃତ,ଶତାଧିକ ଆହତ,
  • ||

ନବରଙ୍ଗପୁର ସାଂସଦ ଓ ଝରିଗାଁ ବିଧାୟକ କଳସି ମଣ୍ଡପ ବୁଲି ମା’ଙ୍କ ଆଶୀର୍ବାଦ ନେଲେ

Published By : Gurupada Nath | April 9, 2025 7:51 PM

ଚନ୍ଦାହାଣ୍ଡି,୯/୪ : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଗସ୍ତରେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ଓ ଝରିଗାଁ ବିଧାୟକ ନରସିଂହ ଭତରା । ମଙ୍ଗଳବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବ୍ଲକର ବିଭିନ୍ନ ଗ୍ରାମରେ କରାଯାଉଥିବା ଜଗତଜନନୀ ମା’ଙ୍କ ନବଦିନାତ୍ମକ କଳସ ଯାତ୍ରାରେ ଅଂଶଗ୍ରହଣ କରି ମା’ଙ୍କ ଆଶିଷ ଲାଭ କରିଥିଲେ l ପ୍ରଥମେ ଜମାଦାର ପଡ଼ା, ଭାଲୁଦଙ୍ଗରି, ବନ୍ଧକୋନା, ଚନ୍ଦାହାଣ୍ଡି, ମୋହରା, ମାଲଗାଁ ପ୍ରବୃତି ଗ୍ରାମକୁ ଯାଇ କଳସ ଯାତ୍ରାରେ ଅଂଶଗ୍ରହଣ କରିଥିଲେ l 

ଗ୍ରାମର ଜନସାଧାରଣଙ୍କ ସହ ମିଶି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଥିବାବେଳେ  ତାହାର ଲାଭ ଠିକ୍ ଭାବେ ପାଉଛନ୍ତି କି ନାହିଁ ପଚାରି ବୁଝିଥିଲେ l ଏହି କାର୍ଯ୍ୟକ୍ରମମାନଙ୍କରେ ଚନ୍ଦାହାଣ୍ଡି ମଣ୍ଡଳ ସଭାପତି ଭୋଦେବ ବାଘ ଓ ମାଲଗାଁ ମଣ୍ଡଳ ସଭାପତି ମୋହନ ନାୟକ ଅଧ୍ୟକ୍ଷତା କରିଥିବାବେଳେ ବରିଷ୍ଠ ନେତା ଗୋବିନ୍ଦ ଜୈନ, ଅକାଳୁ ଜାଲି, ଭରତ ବାଘ, ବସନ୍ତ ମାଝୀ, ମୁରଲୀ ପୋଡ଼, ମଧୁସୂଦନ ନାଗେଶ, ରତା ନାୟକ, ମାନସିଂ ଚୌହାନ, ପ୍ରଭାତ ସୁନା, ଦଶରଥ ଧୂରୁଆ, ଅକ୍ରୁର ନାୟକ, ବଂଶୀ ବଞ୍ଜରା, ନେପାଳ ଗୌଡ଼, ଲଚୀନ ବାଘ, ଅତବଲ ସୋରି ପ୍ରମୁଖ ଉପସ୍ଥିତ ଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.