ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ନବରଙ୍ଗପୁର ସାଂସଦ

ମାଲକାନଗିରି, ୩/୯ (ଆପ୍ର ): ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ମାଲକାନଗିରି ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ବିଭାଗର ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ବନଖଣ୍ଡ ଅଧିକାରୀ ପ୍ରତାପ କଟ୍ଟାପଲ୍ଲୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ରେଳବାଇ ଡେପୁଟି ମ୍ୟାନେଜର ବାଉରୀବନ୍ଧୁ ମହାରଣା ଉପସ୍ଥିତ ଥିଲେ। 

ମାଲକାନଗିରି ଭଳି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ  ଆତ୍ମ ନିର୍ଭର ଭାରତ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ସ୍ବପ୍ନକୁ ସାକାର କରିବା ପାଇଁ ଶିକ୍ଷା ଓ ସ୍ଵାସ୍ଥ୍ୟ ଭଳି ଅନେକ କ୍ଷେତ୍ରରେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି ବୋଲି ସାଂସଦ ଶ୍ରୀ ମାଝୀ  କହିଛନ୍ତି। ଅନ୍ତତଃ ଦୁଇ ଦିନ ବ୍ୟବଧାନରେ ମନରେଗା ଶ୍ରମିକଙ୍କୁ ମଜୁରୀ ଦେବାର ବ୍ୟବସ୍ଥା ହେଲେ ଜିଲ୍ଲାର ଦାଦନ ହାର କମିବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ବୈଠକରେ ପ୍ରତି ଘରକୁ ବିଜୁଳି ସଂଯୋଗୀକରଣ, ପାନୀୟ ଜଳ, କୃଷି, ଜଳ ସେଚନ, ପଶୁ ପାଳନ ସହ ଦୁଗ୍ଧ ଓ ମାଛ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରାମାଂଚଳର ସ୍ଵାସ୍ଥ୍ୟ ସେବା ଓ ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ମାନ ବୃଦ୍ଧି ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ। ରେଞ୍ଜ ଅନୁସାରେ ଜିଲ୍ଲାର ଜଙ୍ଗଲ ଗୁଡ଼ିକର ସର୍ଭେ କରି ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ଜନ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନା, ସୁକନ୍ୟା, ଅଟଳ ପେନସନ ଓ ମୁଦ୍ରା ଯୋଜନା ବିଷୟରେ ସମସ୍ତେ ଅବଗତ ହୋଇ ଏହାର ଲାଭ ଉଠାଇ ପାରିବେ ସେ ନେଇ ଆଲୋଚନା କରାଯାଇଥିଲା। ଜିଲ୍ଲାରେ ଘଟୁଥିବା ଶିଶୁ ଓ ମାତୃ ମୃତ୍ୟୁ ହାର କିଭଳି କମ୍ ହୋଇ ପାରିବ ସେଥି ନିମନ୍ତେ ମଧ୍ୟ ଆଲୋଚନା କରାଯାଇଛି। ସାଂସଦଙ୍କ ନିର୍ଦ୍ଦେଶ ପ୍ରକାରେ ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟ ଓ ଯୋଜନା ଗୁଡିକ ତୃଣମୂଳ ସ୍ତରରେ ପହଞ୍ଚାଇ ନିମନ୍ତେ ସମସ୍ତ ବିଭାଗ ପଦକ୍ଷେପ ନେବେ ବୋଲି ଜିଲ୍ଲାପାଳ କହିଛନ୍ତି। ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.