ପ୍ରମୂଖ ଖବର
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିପଡ଼ିଲା ଗୋଟିଏ ବଗି

Published By : Harapriya Sethi | April 2, 2025 2:27 PM

ଭୁବନେଶ୍ୱର,୦୨/୦୪: ଲାଇନଚ୍ୟୁତ ହେଲା ନାଗାବଳୀ ଏକ୍ସପ୍ରେସ୍‌ । ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ ଷ୍ଟେସନ୍‌ ନିକଟରେ ବୁଧବାର ୧୧ଟା ୪୦ ମିନିଟ୍‌ରେ ନାନ୍ଦେଡ-ସମ୍ବଲପୁର ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି । ଯେଉଁଥିରେ ନାଗାବଳୀ ଏକ୍ସପ୍ରେସ୍‌ର ଶେଷରେ ଥିବା ଜେନେରାଲ୍ ବଗି ଲାଇନଚ୍ୟୁତ ହୋଇଛି । ବର୍ତ୍ତମାନ ଯାଏଁ କୌଣସି ମୃତାହତ ହୋଇନଥିବା ପୂର୍ବତଟ ରେଳପଥ (ଇଷ୍ଟକୋଷ୍ଟ ରେଲ୍‌ ୱେ) ପକ୍ଷରୁ ସୂଚନା ଦିଆଯାଇଛି। 

ସୂଚନା ମୁତାବକ, ବୁଧବାର ଦିନ ୧୧ଟା ୪୦ ମିନିଟ୍‌ରେ ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ ଷ୍ଟେସନ ନିକଟରେ ନାନ୍ଦେଡ-ସମ୍ବଲପୁର ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଥିଲା । ଏହି ଦୁର୍ଘଟଣାରେ ଟ୍ରେନ୍‌ର ଗୋଟିଏ ବଗି ଟ୍ରାକ୍‌ରୁ ଖସିଯାଇଥିଲା । ଯାହାଫଳରେ ସେହି ଟ୍ରାକ୍‌ରେ ଅଟକି ରହିଥିଲା ଟ୍ରେନ୍‌ । ଖବର ପାଇ ରେଲ୍‌ୱେ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାର କିଛି ସମୟ ମଧ୍ୟରେ ଲାଇନଚ୍ୟୁତ ହୋଇଥିବା ଶେଷ ବଗିକୁ ବାଦ୍ ଦେଇ ଟ୍ରେନ୍‌ଟି ୧୨ଟା ୪୭ରେ ଗନ୍ତବ୍ୟ ସ୍ଥଳକୁ ଗଲା ।

କହି ରଖୁଛି କି, ଗତ ୩୦ରେ କଟକ ନିର୍ଗୁଣ୍ଡି ରେଲ ଷ୍ଟେସନରେ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଥିଲା । ଯେଉଁଥିରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.