ପ୍ରମୂଖ ଖବର
  • ହାଇପ୍ରୋଫାଇଲ ଠକ ଯୋଡି ହଂସିକା-ଅନିଲଙ୍କୁ ଆଶ୍ବସ୍ତି, ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍
  • ||
  • ଦେବଗଡ଼ : ଶଗଡ଼ ଗାଡ଼ିକୁ ଧକ୍କା ଦେଇ ଅଜଣା ଗାଡ଼ି ଫେରାର, ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ବୈପାରୀଗୁଡ଼ା ଥାନା ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ୨ ଜବତ ଗାଡି
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଦିଲ୍ଲୀ ବାସଭବନ ୮୪ ବର୍ଷ ବୟସରେ ବିୟୋଗ
  • ||
  • ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାମୁହିଁ; ଜଣ ଆତଙ୍କୀ ସଫା
  • ||
  • ସୁନ୍ଦରଗଡ଼ : ଗୋମାଂସକୁ ନେଇ ମୁଣ୍ଡାଗାଁରେ ଉତ୍ତେଜନା, ଜଣେ ଗିରଫ
  • ||
  • ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଦେଖିବାକୁ ମିଳିଲା ଦୁର୍ଲଭ ଦୃଶ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ଆରମ୍ଭରୁ ବିରୋଧିଙ୍କ ହଟ୍ଟଗୋଳ, ଧୋଇଗଲା ପ୍ରଶ୍ନକାଳ, ଦିନ ୧୨ଟା ୧୫ ମିନିଟ୍ ଯାଏ ଗୃହ ମୁଲବତୀ
  • ||
  • ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବିରେ ଚିଠି ଲେଖିଲେ ପତ୍ନୀ
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ମହାରାଷ୍ଟ୍ର ନାଗପୁରରେ ବାଣ କାରଖାନାରେ ବିସ୍ଫୋରଣ,୨ ମୃତ, ଅନେକ ଆହତ...

Published By : Prameya | February 16, 2025 7:17 PM

ନୂଆଦିଲ୍ଲୀ: ମହାରାଷ୍ଟ୍ରର ନାଗପୁରରେ ଏକ ବାଣ କାରଖାନାରେ ବିସ୍ଫୋରଣ ହୋଇଛି । ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଜଣେ ବରିଷ୍ଠ ପୋଲିସ ଅଧିକାରୀ ଏହି ସୂଚନା ଦେଇଛନ୍ତି। ରବିବାର ଦିନ ଅପରାହ୍ନ ୧.୩୦ ସମୟରେ ବିସ୍ଫୋରଣ ଘଟଣା ଘଟିଥିଲା। ବିସ୍ଫୋରଣ ପରେ ନିଆଁ ବ୍ୟାପିଥିଲା। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ନିଆଁକୁ ନିୟନ୍ତ୍ରଣ କରିଥିଲେ ଏବଂ ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି।

ସୂଚନା ଅନୁଯାୟୀ, ନାଗପୁର ଜିଲ୍ଲା ମୁଖ୍ୟାଳୟରୁ ୫୦ କିଲୋମିଟର ଦୂରରେ ଥିବା କାଟୋଲ ତହସିଲର ଏସିଆନ୍ ଫାୟାରୱାର୍କସରେ ବିସ୍ଫୋରଣ ଘଟିଥିଲା। ଅଧିକାରୀ ଜଣକ କହିଛନ୍ତି ଯେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଲୋକ ଆହତ ହୋଇଛନ୍ତି। ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ ହୋଇଛି।

ବିସ୍ଫୋରଣର ଏକ ଭିଡିଓ ଏବେ ସାମ୍ନାକୁ ଆସିଛି ,ଯେଉଁଥିରେ ଦେଖିବାକୁ ମିଳୁଛି ଯେ ଚାରିପାଖରେ ସବୁକିଛି ବିଛାଡ଼ି ପଡ଼ିଛି ଏବଂ ସେଠାରେ ବହୁ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବିସ୍ଫୋରଣ ପରେ ଧୂଆଁ ବାହାରୁଥିଲା ଏବଂ ନିଶ୍ୱାସ ନେବାରେ କଷ୍ଟ ହେଉଥିବା ଅଭିଯୋଗ ଆସିଥିଲା। ତେଣୁ, ସେଠାରେ ଉପସ୍ଥିତ ସମସ୍ତ ପୋଲିସ କର୍ମଚାରୀଙ୍କ ମୁହଁ ମାସ୍କ କିମ୍ବା ରୁମାଲରେ ଘୋଡ଼ାଇ ଦିଆଯାଇଥିଲା।

କୁହାଯାଉଛି ଯେ ଘଟଣା ସମୟରେ କାରଖାନାରେ ୩୧ ଜଣ ଶ୍ରମିକ କାମ କରୁଥିଲେ। ପୋଲିସ, ଅଗ୍ନିଶମ ବାହିନୀ କର୍ମଚାରୀ, ଫୋରେନସିକ୍ ବିଶେଷଜ୍ଞ ଏବଂ ବିସ୍ଫୋରକ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.