PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୩ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

ବାରଙ୍ଗ, ୨୩/୦୫ : ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଆକ୍ରମଣରେ ସମ୍ପୃକ୍ତ ଥିବା ସଫାରୀ କାଉଣ୍ଟରର ୩ ଜଣ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ। ଅପର ପକ୍ଷରେ ଘଟଣାର ତଦନ୍ତ କରି ଦୋଷୀ ଠିକାଦାର ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ନନ୍ଦନକାନନର ଉପନିର୍ଦ୍ଦେଶକ।

ସୂଚନାନୁଯାୟୀ, ରବିବାର ନନ୍ଦନକାନନ ବସ୍ ସଫାରୀ ଟିକେଟ କାଉଣ୍ଟରରେ ଛତିଶଗଡ଼ର କିଛି ପର୍ଯ୍ୟଟକ ଟିକେଟ କାଟିବାକୁ ବାଧ୍ୟ କରିବା ପରେ କାଉଣ୍ଟର କର୍ମଚାରୀ ଓ ପର୍ଯ୍ୟଟକଙ୍କ ମଧ୍ୟରେ ମାରପିଟ୍ ହୋଇଥିଲା। ନନ୍ଦନକାନନ ସଫାରୀ ବସ୍ କର୍ମଚାରୀଙ୍କ ଆକ୍ରମଣରେ ଦୁଇ ପର୍ଯ୍ୟଟକ ଆହତ ହୋଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲା।