ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜଘାଟରେ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି

ନୂଆଦିଲ୍ଲୀ,୯ /୬:  ଆଜି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିସହ ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ମୋଦିଙ୍କ ସହ 'ଏନଡିଏ' ମେଣ୍ଟର ବିଭିନ୍ନ ଦଳର ୩୦ ନବନିର୍ବାଚିତ ସାଂସଦ କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହାସହ ଆରମ୍ଭ ହେବ ସ୍ବାଧୀନ ଭାରତର ଅଷ୍ଟାଦଶ ଲୋକସଭା । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଏହାରି ମଧ୍ୟରେ ମୋଦି ନିଜର ତୃତୀୟ ପାଳି ଆରମ୍ଭ କରିବା ପୂର୍ବରୁ ସକାଳୁ ପ୍ରଧାନମନ୍ତ୍ରୀ ଦିଲ୍ଲୀର ଜାତୀୟ ଯୁଦ୍ଧ ସ୍ମାରକୀରେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାପରେ ସେ ରାଜଘାଟରେ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ସମାଧି ପୀଠରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । 

ପରେ ବିଜେପି ପ୍ରତିଷ୍ଠାତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ପୀଠରେ ମଧ୍ୟ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ସନ୍ଧ୍ୟା ୭ ଟାରେ ହେବାକୁ ଥିବା ଏହି ଭବ୍ୟ କାର୍ଯ୍ୟକ୍ରମରେ ସାମିଲ ହେବାକୁ ବିଶ୍ବବ୍ୟାପୀ ନିମନ୍ତ୍ରିତ ଅନ୍ତର୍ଜାତୀୟ ଅତିଥିଙ୍କ ସମେତ ଦେଶର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଦିଲ୍ଲୀ ପହଞ୍ଚିବା ଆରମ୍ଭ କରିଛନ୍ତି । ସନ୍ଧ୍ୟା ୭ଟାରୁ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହୋଇ ପ୍ରାୟ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.