ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୫/୬ : ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।  ନୂଆ ସରକାର ଗଠନ କରିବା ପୂର୍ବରୁ ଆଜି ଧାନମନ୍ତ୍ରୀ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି  ପ୍ରଧାନମନ୍ତ୍ରୀ ନିଜ ଇସ୍ତଫା ପତ୍ର ପ୍ରଦାନ କରିଥିବା ବେଳେ ତାଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଗ୍ରହଣ କରିଛନ୍ତି । ଏହାପରେ ଆସନ୍ତା ୮ ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ସେ ଶପଥ ନେଇପାରନ୍ତି ।

ଦେଶର ଲୋକସଭା ନିର୍ବାଚନର ଫଳାଫଳ ଆସି ସାରିଛି। ଓଡ଼ିଶାରେ ବହୁମତ ପାଇଛି ବିଜେପି । ନିର୍ବାଚନ ଫଳାଫଳରେ ଏନଡିଏ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଏଥି ସହିତ ଇଣ୍ଡିଆ ଆଲାଇନ୍ସ ମଧ୍ୟ ୨୦୦ ରୁ ଅଧିକ ସିଟ୍ ହାତେଇଛି। ବର୍ତ୍ତମାନ ଏକ ନୂତନ ସରକାର ଗଠନ ପାଇଁ ଉଦ୍ୟମ ଜୋରଦାର ଚାଲିଛି। ତେବେ ଏହା ପୂର୍ବରୁ କ୍ୟାବିନେଟ୍‌ ବୈଠକରେ ୧୭ତମ ଲୋକସଭା ଭଙ୍ଗ ପାଇଁ ସୁପାରିଶ କରାଯାଇଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.