ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ଵର, ୧୦/୦୫ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଟ୍ଵିଟ୍ କରି କହିଛନ୍ତି ଯେ, ସମସ୍ତ ଦେଶବାସୀଙ୍କୁ ଅକ୍ଷୟ ତୃତୀୟାର ହାର୍ଦ୍ଦିକ ଶୁଭକାମନା। ପରୋପକାର ପାଇଁ ପ୍ରେରିତ କରୁଥିବା ଏହି ପର୍ବର ପାବନ ଅବସରରେ ଆପଣଙ୍କ ସମସ୍ତଙ୍କ ଜୀବନରେ ନୂଆ ଉର୍ଜା ଏବଂ ନୂଆ ଉତ୍ସାହ ଭରିଯାଉ। 

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି ଯେ, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀ ଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି ଯେ, ପବିତ୍ର ‘ଅକ୍ଷୟ ତୃତୀୟା’ ଅବସରରେ ସାପଲହରା ଠାରେ ଚାଷୀ ଭାଇମାନଙ୍କ ସହ ଅଖିମୁଠି ଛୁଇଁ ଚାଷ କାମ ଅନୁକୂଳ କରିବାର ସୌଭାଗ୍ୟ ଲାଭ କଲି । କୃଷି ଆଧାରିତ ରାଜ୍ୟ ଓଡ଼ିଶା ଆଗାମୀ ଦିନ ମାନଙ୍କରେ ଦେଶର ଏକ ନମ୍ବର ରାଜ୍ୟ ହେବା ସହ ଚାଷୀ ଭାଇ ମାନଙ୍କର ଜମିରେ ଭଲ ଫସଲ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସମଲେଇଙ୍କ ପାଖରେ ପ୍ରାର୍ଥନା ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.