ପ୍ରମୂଖ ଖବର
  • ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜିଏସଟି ଆସିଷ୍ଟାଣ୍ଡ କମିଶନର
  • ||
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

୨୯ରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତି ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀ, ଉଦଘାଟନ କରିବେ ଲୋକସଭା ବାଚସ୍ପତି

Published By : Suraj Kumar | August 26, 2025 11:01 PM

ଭୁବନେଶ୍ବର,୨୬।୮ ଆସନ୍ତା ୨୯ରେ ଭୁବନେଶ୍ବରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ  ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଆରମ୍ଭ ହେବ। ଏହାକୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଉଦଘାଟନ କରିବେ।  ଏହି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଏକ ସ୍ମରଣିକାକୁ ମଧ୍ୟ ଲୋକସଭା ବାଚସ୍ପତି ଉନ୍ମୋଚନ କରିବେ। । ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂବିଧାନସଭା ସମିତିଗୁଡିକର ଭୂମିକା ଏହି ସମ୍ମିଳନୀର ବିଷୟବସ୍ତୁ ରଖାଯାଇଛି ।

 ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଫଗନ ସିଂହ କୁଲସ୍ତେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ। 

ଉଦଘାଟନୀ ଅଧିବେଶନରେ ଓଡିଶା ବିଧାନସଭା ବାଚସ୍ପତି  ସୁରମା ପାଢୀ ସ୍ବାଗତ ଭାଷଣ ଦେବେ। ଉପବାଚସ୍ପତି ଭାବନୀ ଶଙ୍କର ଭୋଇ ଧନ୍ୟବାଦ ଅର୍ପଣ କରିବେ।  ଏହି ଦୁଇ ଦିନିଆ ସମ୍ମିଳନୀରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିମତିର ଅଧ୍ୟକ୍ଷ ଏବଂ ସଦ୍ୟସଙ୍କ ସମେତ ୧୨୦ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିବେ।

ଆସନ୍ତା ୩୦ରେ ରାଜ୍ୟପାଳ ଡକ୍ଟର ହରିବାକୁ କମ୍ଭମପାଟି ଉଦଯାପନୀ ଅଭିଭାଷଣ ସହିତ ଏହି ସମ୍ମିଳନୀ ଉଦଯାପିତ ହେବ।  ଲୋକସଭା ବାଚସ୍ପତି ଓମ୍ ବିର୍ଲା, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ପାଇଁ ଗଠିତ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂ କୁଲସ୍ତେ, ବାଚସ୍ପତି ସୁରମା ପାଢୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡା ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.