ବୌଦ୍ଧ /ସାହାଜପାଲ, ୧୬/୧୧: ବୌଦ୍ଧ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଜିଲ୍ଲା ପ୍ରଶାସନ, ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ ହୋଇଛି । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିଅର୍ସିଂହଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡ଼ାଙ୍ଗ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା ପ୍ରମୁଖ ଅତିଥି ଯୋଗ ଦେଇ ସାମ୍ବାଦିକମାନଙ୍କ ଉଦ୍ଦେଶ୍ୟ ଉପରେ ବକ୍ତବ୍ୟ ରଖିଥିଲେ ।

ଆଜିର ଦିବସରେ ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱlସନୀୟତାର ସଂରକ୍ଷଣ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଳାର ବରିଷ୍ଠ ସାମ୍ବାଦିକମାନେ ଯୋଗ ଦେଇ ଉକ୍ତ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l ଏହି ଅବସରରେ ବରିଷ୍ଠ ସାମ୍ବାଦିକମାନଙ୍କୁ ସମର୍ଦ୍ଧିତ କରିଥିଲେ l