ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ପୁରୀରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ପୁରୀ, ୧୬/୧୧ : ଗୁରୁବାର ପୂର୍ବାହ୍ନରେ ସଂସ୍କୃତି ଭବନ ପରିସରରେ ପୁରୀରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି। ଚଳିତ ବର୍ଷର ଆଲୋଚ୍ୟ ପ୍ରସଙ୍ଗ କୃତ୍ରିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ସମାଜକୁ ଶୃଙ୍ଖଳିତ ଓ ବିକଶିତ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ଗଣମାଧ୍ୟମକୁ ସମାଜର ଜାଗ୍ରତ ପ୍ରହରୀ କୁହାଯାଏ ବୋଲି କହିଛନ୍ତି। 

ସେ କହିଛନ୍ତି ଯେ, ସାଧାରଣ ଲୋକମାନଙ୍କ ସମସ୍ୟା, ଆବଶ୍ୟକତାକୁ ସରକାର ଓ ପ୍ରଶାସନ ନିକଟରେ ପହଞ୍ଚାଇବା ଓ ସରକାରଙ୍କ ବିଭିନ୍ନ ଯୋଜନା ଓ ପ୍ରକଳ୍ପ ସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ ଓ ସଚେତନ କରାଇବାରେ ଗଣମାଧ୍ୟମର ଅବଦାନ ଅତୁଳନୀୟ। ଆଜିର ସମୟରେ ବୈଷୟିକ ଜ୍ଞାନର ଦୂରୁପୋଯୋଗ କରି ଅସାମାଜିକ ତତ୍ତ୍ୱମାନେ ଲୋକମାନଙ୍କୁ ହଇରାଣ କରିବା ଦେଖାଯାଉଛି। ଏହାକୁ ଗଣମାଧ୍ୟମ ଅନେକ ସଚେତନ କରାଉଥିଲେ ମଧ୍ୟ ଲୋକମାନେ ସଚେତନ ନହୋଇ ଠକାମୀର ଶୀକାର ହେଉଛନ୍ତି। ତେଣୁ ଏଥିପ୍ରତି ସମାଜର ସବୁ ବର୍ଗର ଲୋକ ସଚେତନ ହେବା ଉଚିତ ।

ସତ୍ୟ ଓ ନିରପେକ୍ଷ ସମ୍ବାଦ ପରିବେଷଣ ଗଣତନ୍ତ୍ରକୁ ମଜବୁତ କରିଥାଏ ବୋଲି କହିବା ସହ ଅନୁସନ୍ଧାନଧର୍ମୀ ଓ ବାସ୍ତବ ସମ୍ବାଦ ପରିବେଷଣ ଉପରେ ସେ ଗୁରୁତ୍ୱ  ଦେଇଥିଲେ। ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ ଗଣତନ୍ତ୍ରର ସୁରକ୍ଷା ଓ ସମୃଦ୍ଧି ପାଇଁ ଗଣମାଧ୍ୟମ ପ୍ରତିନିଧିମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ବିଭିନ୍ନ ବିପର୍ଯ୍ୟୟ, କରୋନା ଇତ୍ୟାଦି କଷ୍ଟକର ସମୟରେ ମଧ୍ୟ ଗଣମାଧ୍ୟମ ଯେପରି କାର୍ଯ୍ୟ କରିଛନ୍ତି ତାହା ବେଶ ପ୍ରଶଂସନୀୟ ବୋଲି ସେ କହିଥିଲେ। ମୁଖ୍ୟ ବକ୍ତା ଭାବେ ପୂର୍ବତନ ସୂଚନା ଅଧିକାରୀ ଗଣମାଧ୍ୟମର ସୃଷ୍ଟି, ସମାଜ ପ୍ରତି ଗଣମାଧ୍ୟମର ଅବଦାନ ସମ୍ପର୍କରେ ଆଲୋଚନା କରିବା ସହ ଉତ୍ତମ ଓ ଗୁଣାତ୍ମକ ସାମ୍ବାଦିକତା ଗଣତନ୍ତ୍ର ପାଇଁ ଶୁଭଙ୍କର ବୋଲି କହିଥିଲେ। ସାଧାରଣ ଲୋକଙ୍କ ସମସ୍ୟାକୁ ସରକାର ଓ ପ୍ରଶାସନ ନିକଟରେ ପହଞ୍ଚାଇ ସମାଧାନ କରିବାକୁ ଗଣମାଧ୍ୟମ ପ୍ରତିନିଧିମାନେ ବ୍ରତ ଭାବେ ଗ୍ରହଣ କରିବାକୁ ସେ ଅନୁରୋଧ କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଏଥିରେ ଅଧ୍ୟକ୍ଷତାରେ ଅନୁଷ୍ଠିତ କରିଥିଲେ। ପୂର୍ବରୁ ଅନୁଷ୍ଠିତ ବିବିଧ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରଘୁନାଥ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.