ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ପ୍ରଥମ ଜାତୀୟ ମହାକାଶ ଦିବସ, ଆଜିର ଦିନରେ ଚନ୍ଦ୍ରକୁ ଛୁଇଁ ଇତିହାସ ରଚିଥିଲା ଭାରତ

ନୂଆଦିଲ୍ଲୀ,୨୩/୮:  ଆଜି ସାରା ଦେଶ ପାଳୁଛି ପ୍ରଥମ ଜାତୀୟ ମହାକାଶ ଦିବସ। ଗତବର୍ଷ ଆଜିର ଦିନରେ ମହାକାଶ ଗବେଷଣା କ୍ଷେତ୍ରରେ ଇତିହାସ ରଚିଥିଲା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ISRO) । ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଥିଲା ଭାରତର ମୁନ୍‌ ମିଶନ ଚନ୍ଦ୍ରଯାନ-3 । ପ୍ରତିଟି ଭାରତୀୟଙ୍କ ଛାତି ଖୁସିରେ କୁଣ୍ଢେମୋଟ ହୋଇଉଠିଥିଲା । ଯାହା କୌଣସି ଦେଶ କରିବାରେ ସକ୍ଷମ ହୋଇନଥିଲା ତାହା କରି ଦେଖାଇଥିଲା ଭାରତ । ଦେଶରେ ବିଶ୍ବର ଏକ ନମ୍ବର ଦେଶ ଭାବେ ବିଶ୍ବବିଦିତ ହୋଇଥିଲା ଇଣ୍ଡିଆ । ଏହି ଦିନକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଆଜି ଦେଶ ପାଳୁଛି ପ୍ରଥମ ଜାତୀୟ ମହାକାଶ ଦିବସ । ଏହି ଐତିହାସିକ ସଫଳତା ସହ ଭାରତ ମହାକାଶ ଗବେଷଣା କ୍ଷେତ୍ରରେ ଚନ୍ଦ୍ରରେ ଅବତରଣ କରିବାରେ ବିଶ୍ବର ୪ର୍ଥ ରାଷ୍ଟ୍ର ଭାବେ ସ୍ଥାନ ପାଇଥିଲା ।

ଚନ୍ଦ୍ରଯାନ-3 ଚନ୍ଦ୍ରକୁ ଛୁଇଁବା ପରେ ସାରା ଦେଶରେ ଉତ୍ସବର ମାହୋଲ ଆରମ୍ଭ ହୋଇଥିଲା । ପ୍ରତିଟି ଭାରତୀୟ ଗର୍ବିତ ଅନୁଭବ କରୁଥିଲେ ।ପ୍ରତିଟି ଦେଶ ଏହି ଉପଲବ୍ଧି ପାଇଁ ଭାରତକୁ ଶୁଭେଚ୍ଛା ଜଣାଇଥିଲେ । ଅଗଷ୍ଟ ୨୬ ତାରିଖରେ ISRO କମାଣ୍ଡ ନେଟୱାର୍କ ମିଶନ କଣ୍ଟ୍ରୋଲ କମ୍ପ୍ଲେକ୍ସରେ ପହଞ୍ଚିଥିଲେ ମୋଦି । ସେଠାରେ ଇସ୍ରୋ ବୈଜ୍ଞାନିକଙ୍କୁ ସମ୍ବୋଧନ ସମୟରେ ଅଗଷ୍ଟ 23 ତାରିଖକୁ ଜାତୀୟ ମହାକାଶ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଥିଲେ। ଇସ୍ରୋର ସଫଳତା ଗାଥାକୁ ମନେ ରଖିବା ପାଇଁ ପ୍ରତିବର୍ଷ ଅଗଷ୍ଟ 23ରେ ଜାତୀୟ ମହାକାଶ ଦିବସ ପାଳନ କରାଯିବ ବୋଲି କହିଥିଲେ ମୋଦି।  ପ୍ରଥମ ଥର ଦେଶ ଜାତୀୟ ମହାକାଶ ଦିବସ ପାଳନ କରୁଛି । ଆଜିର ଥିମ୍‌ ରହିଛି ''ଚନ୍ଦ୍ରକୁ ଛୁଇଁବା ସହିତ ଜୀବନ ଛୁଇଁବା: ଭାରତର ମହାକାଶ ଗାଥା' । ଏହା ସମାଜ ଏବଂ ପ୍ରଯୁକ୍ତିବିଦ୍ୟା ଉପରେ ମହାକାଶ ଅନୁସନ୍ଧାନର ଗୁରୁତ୍ୱକୁ ଦର୍ଶାଇଥାଏ ।

ଏହି ଉପଲକ୍ଷେ ପ୍ରାୟ ମାସେ ଧରି ଦେଶର ବିଭିନ୍ନ ସ୍ଥାନରେ ଇସ୍ରୋ  ସହଭାଗିତାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା ବେଳେ, ଆଜି ଦିଲ୍ଲୀସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବ ବର୍ଣ୍ଣାଢ୍ୟ ଉତ୍ସବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଉପସ୍ଥିତ ରହିବେ ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି। ଏହି ଅବସରରେ  ପ୍ରଦର୍ଶନୀ, ପୁରସ୍କାର ପ୍ରଦାନ ଉତ୍ସବ, ଆଲୋଚନା ଚକ୍ର, ଚନ୍ଦ୍ରୟାନ-୩ ଫିଲ୍ମ ପ୍ରଦର୍ଶନ ଆଦି ଆୟୋଜିତ ହେବ।









  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.