ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଜଗତସିଂହପୁରରେ ନବୀନଙ୍କ ନିର୍ବାଚନୀ ପ୍ରଚାର, ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେବା ପାଇଁ କଲେ ନିବେଦନ

ଜଗତସିଂହପୁର, ୨୭।୫ :  ଜଗତସିଂହପୁର ଜିଲା ପାରାଦୀପ ନିର୍ବାଚନ ମଣ୍ଡଳୀର ରାହାମା ଓ ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ବିଜୁ ଜନତା ଦଳ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଆଶିର୍ବାଦ କରନ୍ତୁ ଓ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଭୋଟରଙ୍କୁ  ନିବେଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ବିଜୁଜନତା ଦଳର କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ସେ ବାବଦରେ ଜନତାଙ୍କୁ ପଚାରିଥିଲେ । ଜୁଲାଇରୁ ବିଜୁଳି ବିଲ୍‍ ଆସିବ ନାହିଁ।  ବିଜୁ ଜନତା ସରକାର ମାଗଣା ବିଜୁଳି ଦେବ ବୋଲି କହିଥିଲେ। ସେହିପରି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ, ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ  ।  ବିଜେପି  ମେନିଫେଷ୍ଟୋରେ ଲେଖିଛି ସେମାନେ କ୍ଷମତାକୁ ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ କରିବେ। ଆୟୁଷ୍ମାନ ଯୋଜନା ଲାଗୁ ହେଲେ ଓଡ଼ିଶାର ମାତ୍ର ୨ କୋଟି ପରିବାର ଏଥିରେ ସାମିଲ ହୋଇପାରିବେ, ଅଧା ଲୋକ ଉପକୃତ ହେବେ।  ବି.ଏସ୍‍.କେ.ୱାଇ ଯୋଜନାରେ ଓଡ଼ିଶାର ୯୮ ପ୍ରତିଶତ ଲୋକ ଉପକାର ପାଉଛନ୍ତି ବୋଲି କହିଥିଲେ। ଆୟୋଜିତ ସଭାରେ   ସାଂସଦ ପ୍ରାର୍ଥୀଙ୍କ ସମେତ ଜଗତସିଂହପୁର ସଂସଦୀୟ କ୍ଷେତ୍ରର ସମସ୍ତ ବିଧାୟକ ପ୍ରାର୍ଥୀମାନେ ଉପସ୍ଥିତ ରହି ନିଜ ନିଜ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ   ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.